www.samajalive.in
Sunday, December 7, 2025
26.1 C
Bhubaneswar

ଟିଭି ଫାଟି ମହିଳା ମୃତ; ସ୍ୱାମୀ ଓ ଶିଶୁ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ଧୁରୁଆଡ଼ିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ଉକ୍ତ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଟିଭିଟି ହଠାତ ଫାଟିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ୱାମୀ ଓ ୬ ମାସର ଶିଶୁ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ମହିଳା ଜଣଙ୍କ ଗତକାଲି ସନ୍ଧ୍ୟାରେ ନିଜ ସ୍ୱାମୀଙ୍କ ସହ ଟିଭି ଦେଖୁଥିବା ସମୟରେ ଟିଭିଟି ଫାଟି ଯାଇଥିଲା। ସର୍ଟ ସର୍କିଟ କାରଣରୁ ଫାଟିଥିବା ନେଇ ସନ୍ଦେହ କରାଯାଉଛି। ଏଥିରେ ମହିଳା, ତାଙ୍କ ସ୍ୱାମୀ ଓ ଶିଶୁ ଗୁରୁତର ଆହତ ହୋଇଥିଲେ। ଜୋରରେ ଶବ୍ଦ ଶୁଣି ପାଖ ପଡ଼ୋଶୀ ଆସି ସେମାନଙ୍କୁ ଉଦ୍ଧାର କରିବା ସହ ଅଗ୍ନିଶମ କର୍ମଚାରୀ ଓ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ସଙ୍ଗେ ସଙ୍ଗେ ସୁନ୍ଦରଗଡ଼ ମୁଖ୍ୟ ଡ଼ାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡ଼ାକ୍ତର ମହିଳା ଜଣଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ସ୍ୱାମୀ ଓ ଶିଶୁଙ୍କ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ଆଇଜିଏଚକୁ ସ୍ଥାନାନ୍ତର କରାଯାଇଛି। ଧରୁଆଡ଼ିହି ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯିବା ସହ ପୁଲିସ ତଦନ୍ତ କରୁଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories