www.samajalive.in
Sunday, December 7, 2025
26.1 C
Bhubaneswar

କଟକରେ ଖେଲୋ ଇଣ୍ଡିଆ ବିଶ୍ଵବିଦ୍ୟାଳୟ କ୍ରୀଡ଼ା ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

କଟକ: କଟକ ଇନ୍‌ଡୋର ଷ୍ଟାଡିୟମରେ ଶନିବାର ଖେଲୋ ଇଣ୍ଡିଆ ବିଶ୍ଵବିଦ୍ୟାଳୟ କ୍ରୀଡ଼ା-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଇନ୍‌ଡୋର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ୍‌ ରିଜିଜୁ ଏବଂ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ଭିଡିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ କହିଥିଲେ, ଖେଲୋ ଇଣ୍ଡିଆ କ୍ରୀଡ଼ା ଉଦ୍‌ଘାଟନ କରି ଆଜି ଓଡ଼ିଶା ଏକ ନୂଆ ଇତିହାସ ସୃଷ୍ଟି କରିଛି। ସର୍ବବୃହତ କ୍ରୀଡ଼ା ମହୋତ୍ସବ ଆଜିଠୁ ଓଡ଼ିଶାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଏହି କ୍ରୀଡ଼ା ମହୋତ୍ସବ ପାଇଁ ସୁନ୍ଦର ଆୟୋଜନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଉଥିବା ମୋଦୀ କହିଛନ୍ତି। ଏହା ସହିତ ମୋଦୀ ଉଦ୍‌ଘାଟନୀ ଭାଷଣରେ ଦୂତି ଚାନ୍ଦଙ୍କ ନାମ ନେଇଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆୟୋଜନ ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ଚିତାକର୍ଷକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

- Advertisement -

ସୂଚନାଯୋଗ୍ୟ, ଏହି କ୍ରୀଡ଼ାରେ ଦେଶର ୧୫୯ ବିଶ୍ଵବିଦ୍ୟାଳୟରୁ ପ୍ରତିଯୋଗୀମାନେ ସାମିଲ ହୋଇଛନ୍ତି। ଓଡ଼ିଶାର ୪ଟି ବିଶ୍ଵବିଦ୍ୟାଳୟ ଟିମ୍‌ର ୧୪୭ କ୍ରୀଡ଼ାବିତ୍‌ ଭାଗ ନେଇଛନ୍ତି। ଉତ୍କଳ ବିଶ୍ଵବିଦ୍ୟାଳୟ, କିଟ୍‌, ସମ୍ବଲପୁର ବିଶ୍ଵବିଦ୍ୟାଳୟ ଏବଂ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଏଥିରେ ଅଂଶଗ୍ରହଣ କରୁଛନ୍ତି। କିଟ୍‌ର ସର୍ବାଧିକ ୯୯ ପତିଯୋଗୀ ଏଥିରେ ଭାଗ ନେଉଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories