www.samajalive.in
Saturday, December 6, 2025
26.1 C
Bhubaneswar

ମାଟ୍ରିକ ପରୀକ୍ଷା : ଇଂରାଜୀରେ କପି କରି ଧରାପଡିଲେ ୧୧୦ ପରୀକ୍ଷାର୍ଥୀ

କଟକ : ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଚଳିତ ବର୍ଷର ମାଟ୍ରିକ ପରୀକ୍ଷାରେ ଶନିବାର ଦ୍ବିତୀୟ ଭାଷା ଅର୍ଥାତ ଇଂରାଜୀ ପରୀକ୍ଷା ଥିଲା। ଆଜିର ଇଂରାଜୀ ପରୀକ୍ଷାରେ କପି କରି ୧୧୦ ଜଣ ପରୀକ୍ଷାର୍ଥୀ ଧରାପଡିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଇଂରାଜୀରେ କପି କରି ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେଉଥିବା ୧୦୯ ପରୀକ୍ଷାର୍ଥୀ ସ୍କ୍ୱାର୍ଡଙ୍କ ହାତରେ ଧରାପଡିଥିବା ବେଳେ ମଧ୍ୟମା ପରୀକ୍ଷା ଦେଉଥିବା ଜଣେ ପରୀକ୍ଷାର୍ଥୀ ଧରାପଡିଛନ୍ତି। ଗତ ୧୯ ତାରିଖରେ ହୋଇଥିବା ମାତୃଭାଷା ପରୀକ୍ଷାରେ କପି କରି ୫ ଜଣ ପରୀକ୍ଷାର୍ଥୀ ଧରାପଡିଥିଲେ।

ଚଳିତବର୍ଷ ୫ ଲକ୍ଷ ୪୭ ହଜାର ୭୮୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ମୋଟ୍ ୨ ହଜାର ୭୬୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷା ଖାତା ଗଚ୍ଛିତ ରଖିବା ପାଇଁ ୩୦୭ଟି ନୋଡାଲ୍ କେନ୍ଦ୍ର ହୋଇଥିବା ବେଳେ ଅତି ସମ୍ବେଦନଶୀଳ ଅଞ୍ଚଳରେ ୨୨ଟି ନୋଡାଲ କେନ୍ଦ୍ର ଥାନାରେ କରାଯାଇଛି। ପରୀକ୍ଷା ପରିଚାଳନାକୁ ସ୍ୱଚ୍ଛ କରିବା ପାଇଁ ଏକହଜାର ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଥିବା ବେଳେ ସ୍କ୍ୱାର୍ଡ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ଚତୁଃସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏକସଙ୍ଗେ ଅନୁଷ୍ଠିତ ହେଉଛି। ମଧ୍ୟମାରେ ୪ ହଜାର ୫୮୧ ଜଣ ୪୫ଟି କେନ୍ଦ୍ରରେ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ଦୁଇହଜାର ୭୬୩ଜଣ ପରୀକ୍ଷାର୍ଥୀ ୭୬ଟି କେନ୍ଦ୍ରରେ ପରୀକ୍ଷା ଦେବେ। ପରୀକ୍ଷା ସଂପର୍କରେ ସମସ୍ତ ସୂଚନା ପାଇଁ ବୋର୍ଡ ମୁଖ୍ୟାଳୟରେ ୧୨ ଘଣ୍ଟିଆ କଣ୍ଟ୍ରୋଲରୁମ୍ ଖୋଲାଯାଇଛି। ଏହା ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ପରୀକ୍ଷା ଶେଷହେବା ପର୍ୟ୍ୟନ୍ତ ଖୋଲା ରହିଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories