www.samajalive.in
Monday, December 8, 2025
14.1 C
Bhubaneswar

ଆହ୍ୱାନର ମୁକାବିଲା କରୁଛନ୍ତି ଭାରତୀୟ ମହିଳା – ମୋଦୀ

ସମାଜ ପୋର୍ଟାଲ ଡେସ୍କ: ଆଜି ‘ମନ୍‍ କି ବାତ୍‍’ରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଆମର ନୂଆ ଭାରତ, ଆଉ ପୁରୁଣା ରାସ୍ତାରେ ଚାଲିବାକୁ ପ୍ରସ୍ତୁତ ନୁହେଁ। ବିଶେଷକରି ନୂଆ ଭାରତର ଆମର ମା’ ଓ ଭଉଣୀମାନେ ଆଗକୁ ଆସି ସେହି ଆହ୍ୱାନଗୁଡ଼ିକର ମୁକାବିଲା କରିବା ଆରମ୍ଭ କଲେଣି, ଯାହାଦ୍ୱାରା ସମାଜରେ ଏକ ସକାରାତ୍ମକ ପରିବର୍ତନ ଦେଖିବାକୁ ମିଳୁଛି। ବିହାର ପୂର୍ଣ୍ଣିୟାର କଥା ସାରା ଦେଶର ଲୋକଙ୍କ ମନରେ ପ୍ରେରଣା ସୃଷ୍ଟି କରିବ ବୋଲି ମୋଦୀ କହିଛନ୍ତି। ସେ କହିଛନ୍ତି, ଏହା ଏପରି ଏକ ଅଞ୍ଚଳ ଯାହା ଦଶନ୍ଧି-ଦଶନ୍ଧି ଧରି ଭୟଙ୍କର ବନ୍ୟା ପ୍ରପୀଡ଼ିତ ହୋଇଆସିଛି। ଏପରିସ୍ଥଳେ ଏଠାରେ କୃଷି କରିବା କିମ୍ବା ଆୟର ଅନ୍ୟ ପନ୍ଥା ଯୋଗାଡ଼ କରିବା ଅସମ୍ଭବ ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ପୂର୍ଣ୍ଣିୟାର କେତେକ ମହିଳା ଏକ ଭିନ୍ନ ରାସ୍ତା ବାଛିନେଲେ।

ପ୍ରଧାନମନ୍ତ୍ରୀ କହିଛନ୍ତି, ପୂର୍ବରୁ ସେହି ଅଞ୍ଚଳର ମହିଳାମାନେ ତୁତ ଗଛ ବା ମଲବରୀ ଗଛରେ ରେଶମ ପୋକ ପାଳନ କରି ଖୋସା ସଂଗ୍ରହ କରୁଥିଲେ ଯେଉଁଥିରୁ ସେମାନଙ୍କୁ ମାମୁଲି କିଛି ପଇସା ମିଳୁଥିଲା। କିନ୍ତୁ ସେଇ ଖୋସାକୁ ତାଙ୍କଠାରୁ କିଣୁଥିବା ଲୋକମାନେ ସେଥିରୁ ରେଶମ ସୂତା ତିଆରି କରି ପ୍ରଚୁର ଲାଭ ପାଉଥିଲେ। ଏବେ କିନ୍ତୁ ପୂର୍ଣ୍ଣିୟାର ମହିଳାମାନେ ଏକ ନୂତନ ପ୍ରୟୋଗ ଦ୍ୱାରା ଚିତ୍ରକୁ ସମ୍ପୂର୍ଣ୍ଣ ବଦଳେଇ ଦେଇଛନ୍ତି। ଏହି ମହିଳାମାନେ ସରକାରଙ୍କ ସହଯୋଗରେ ମଲବରୀ ଉତ୍ପାଦନ ସମିତି ଗଠନ କଲେ। ତା’ପରେ ସେମାନେ ଖୋସାରୁ ରେଶମ ସୂତା ତିଆରି କରିବା ସଙ୍ଗେ ସଙ୍ଗେ ସେହି ସୂତାରୁ ଶାଢ଼ୀ ବୁଣିବା ଆରମ୍ଭ କରିଦେଲେ। ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ପ୍ରଥମେ ଯେଉଁ ଖୋସାକୁ ବିକ୍ରୟ କରି ଖୁବ୍‍ କମ୍‍ ପଇସା ମିଳୁଥିଲା ଆଜି ସେଥିରୁ ତିଆରି ଶାଢ଼ୀ ବିକ୍ରିକରି ସେମାନେ ହଜାର ହଜାର ଟଙ୍କା ରୋଜଗାର କରୁଛନ୍ତି।

- Advertisement -

ଆଦର୍ଶ ଜୀବିକା ମହିଳା ମଲବରୀ ଉତ୍ପାଦନ ସମୂହ‛ର ଦିଦିମାନେ ଯେଉଁ କମାଲ କରି ଦେଖାଇଲେ ତା’ର ପ୍ରଭାବ ଏବେ ଆଖପାଖ ଗ୍ରାମମାନଙ୍କରେ ମଧ୍ୟ ଦେଖାଗଲାଣି। ପୂର୍ଣ୍ଣିୟାର ଅନେକ ଗ୍ରାମର କୃଷିଜୀବି ମହିଳାମାନେ ଆଜି ଖାଲି ଶାଢ଼ି ଉତ୍ପାଦନ କରୁନାହାଁନ୍ତି ବରଂ ବିଭିନ୍ନ ମେଳାମାନଙ୍କରେ ଷ୍ଟଲ୍‍ ଖୋଲି ସେଗୁଡ଼ିକୁ ବିକ୍ରୟ ମଧ୍ୟ କରୁଛନ୍ତି। ଆଜିର ମହିଳା କେମିତି ନୂତନ ଶକ୍ତି ଓ ନୂଆ ଚିନ୍ତାଧାରା ସହିତ ସଫଳତା ପାଇପାରୁଛନ୍ତି ଏହା ତା’ର ଏକ ଉଦାହରଣ ବୋଲି ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ଦେଶର ମହିଳା ଆଉ ଝିଅମାନଙ୍କର ଉଦ୍ୟମ, ସେମାନଙ୍କର ସାହସ ଆମ ସମସ୍ତଙ୍କ ପାଇଁ ଗର୍ବର କଥା। ଆମ ଆଖପାଖରେ ଆମକୁ ଏମିତି ଅନେକ ଉଦାହରଣ ମିଳେ। ଆମର ଝିଅମାନେ ପୁରୁଣା ବନ୍ଧନକୁ ଛିନ୍ନକରି କେମିତି ନୂତନ ଶିଖରକୁ ଛୁଇଁପାରୁଛନ୍ତି ଏହାହିଁ ତା’ର ପ୍ରମାଣ। ଗୋଟିଏ ବାରବର୍ଷର ଝିଅ କାମ୍ୟା କାର୍ତିକେୟନଙ୍କ ଉପଲବ୍ଧି ବିଷୟରେ ମୋଦୀ ଚର୍ଚ୍ଚା କରିଛନ୍ତି। ମାତ୍ର ବାରବର୍ଷ ବୟସରେ କାମ୍ୟା ଆକୋନାଗୁଆ ପର୍ବତ ଆରୋହଣ କରିବାର ଅସାଧ୍ୟ ସାଧନ କରିପାରିଛନ୍ତି। ଏହା ହେଉଛି ଦକ୍ଷିଣ ଆମେରିକାସ୍ଥିତ ଆଣ୍ଡିଜ ପର୍ବତର ଉଚ୍ଚତମ ଶୃଙ୍ଗ ଯାହାର ଉଚ୍ଚତା ହେଉଛି ସାତହଜାର ମିଟର। ଏକଥା ପ୍ରତ୍ୟେକ ଭାରତୀୟଙ୍କ ହୃଦୟକୁ ସ୍ପର୍ଶ କରିବ ଯେ ଏଇ ମାସର ଆରମ୍ଭରେ କାମ୍ୟା ଏହି ଶୃଙ୍ଗ ଆରୋହଣ କରି ସର୍ବପ୍ରଥମେ ସେଠାରେ ଆମର ତ୍ରିରଙ୍ଗା ପତାକା ଉଡ଼ାଇଲେ।

ଦେଶପାଇଁ ଗୌରବ ଆଣିଥିବା କାମ୍ୟା ଏବେ ଏକ ନୂଆ ଅଭିଯାନ ଆରମ୍ଭ କରିଛନ୍ତି, ଯାହାର ନାଁ ହେଲା ମିଶନ ସାହସ‛। ଏହି ମିଶନ ମାଧ୍ୟମରେ ସେ ପୃଥିବୀର ସମସ୍ତ ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଆରୋହଣ କରିବାର ଲକ୍ଷ୍ୟ ରଖିଛନ୍ତି। ଏହି ଅଭିଯାନରେ ସେ ଉତର ଓ ଦକ୍ଷିଣ ମେରୁରେ ସ୍କି ମଧ୍ୟ କରିବେ। ମୋଦୀ ‘ମିଶନ ସାହସ’ ପାଇଁ କାମ୍ୟାଙ୍କୁ ଶୁଭକାମନା ଜଣାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories