କେନ୍ଦ୍ରାପଡ଼ା: ଐତିହାସିକ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଶାରଳା ପୁରସ୍କାର ବିଜେତା ପ୍ରଫୁଲ୍ଲ ଦାସଙ୍କ ଆଜି ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ସ୍ୱାଧୀନତା ସଂଗ୍ରାମୀ ମାଳତୀ ଚୌଧୁରୀଙ୍କ ଆତ୍ମଜୀବନୀ ‘ବହ୍ନିମାନ’ ପାଇଁ ୨୦୧୪ରେ ତାଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯାଇଥିଲା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁ ତାଙ୍କୁ ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍ନ ପ୍ରାୟ ସାଢେ ୩ଟାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକବ୍ୟକ୍ତ କରାଯାଇଛି।
Popular Categories



