www.samajalive.in
Monday, December 8, 2025
14.1 C
Bhubaneswar

ବର୍ଷାରେ ଭିଜିବ ଓଡିଶା, ଆସନ୍ତା ୨୬ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର : ସୋମବାର ରାଜ୍ୟର କେତେକ ସ୍ଥାନରେ ଛିପିଛିପି ବର୍ଷା ହୋଇଥିବା ବେଳେ ଆସନ୍ତାକାଲିଠାରୁ ରାଜ୍ୟର କେତେକ ଜିଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଆସନ୍ତା ୨୬ ତାରିଖ ଯାଏ ବର୍ଷା ଲାଗିରହିବ। ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ସମୟରେ ଏହିସବୁ ଜିଲାମାନଙ୍କରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ ୨୬ ତାରିଖ ପରେ ରାଜ୍ୟରେ ବର୍ଷା କମିବା ସହ ତାପମାତ୍ରା ହ୍ରାସ ପାଇବ। ଆକାଶ ମେଘମୁକ୍ତ ହେବା ପରେ ୨ରୁ ୩ଡିଗ୍ରୀ ପର୍ୟ୍ୟନ୍ତ ପାରଦ ଖସିବ। ପୁଣି ଥରେ ଶୀତ ଅନୁଭୂତ ହେବ। ଏହାସହ ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories