www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। ୫ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି। ଦୁଇଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ସମସ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।
ଆଇଏମ୍‌ଡି ସୂତ୍ରରୁ ହସ୍ତଗତ ସୂଚନା ଅନୁସାରେ ମଙ୍ଗଳବାର ଦିନ ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲାର କିଛି ସ୍ଥାନରେ ବର୍ଷା ହେବ। ଏଥିରୁ କଟକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଅଛି। ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ୨୬ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ କିନ୍ତୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ଘନ କୁହୁଡ଼ି ଦେଖାଦେବ। ବର୍ଷା ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ବର୍ଷା ପରେ ଏହା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ୨୭ ତାରିଖରେ ପାଗ ଶୁଖିଲା ରହିବା ସହ ଖରାତାତି ବଢ଼ିବ। ଆଜି ସକାଳୁ ସଂଧ୍ୟା ସୁଦ୍ଧା ବୌଦ୍ଧରେ ସର୍ବାଧିକ ୧୨.୩ ମିମି ବର୍ଷା ହୋଇଥିବା ବେଳେ ସୋନପୁରରେ ୧୦ ମିମି, ହୀରାକୁଦରେ ୪.୭ ମିମି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୪ ମିମି, ଅନୁଗୋଳ ଓ ସମ୍ବଲପୁରରେ ୩ ମିମି ବର୍ଷା ହୋଇଛି। ବର୍ଷା ଓ କୁହୁଡ଼ିକୁ ଦେଖି ପରିସ୍ଥିତି ଉପରେ ସତର୍କ ନଜର ରଖିବା ପାଇଁ ଏସ୍‌ଆରସି ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛି।

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories