www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ଅଦିନିଆ ବର୍ଷା : ୧୭ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ଅଦିନିଆ ବର୍ଷା ଆରମ୍ଭ ହୋଇଯାଇଛି। ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଦିନ ୧୧ଟା ୩୦ ଯାଏଁ  ୧୭ଟି ଜିଲାକୁ ବର୍ଷା ସହ ବଜ୍ରପାତର ସତର୍କ ସୂଚନା ଜାରି କରିଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ, ମୟୁରଭଞ୍ଜ, ବୌଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜହତସିଂହପୁର, କଟକ, ନୟାଗଡ଼ ଆଦି ୧୭ ଜିଲାକୁ ସତର୍କ ରହିବାରୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ଷାସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ, ୨୬ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ କିନ୍ତୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ଘନ କୁହୁଡ଼ି ଦେଖାଦେବ। ବର୍ଷା ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ବର୍ଷା ପରେ ଏହା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ୨୭ ତାରିଖରେ ପାଗ ଶୁଖିଲା ରହିବା ସହ ଖରାତାତି ବଢ଼ିବ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories