www.samajalive.in
Monday, December 8, 2025
16.1 C
Bhubaneswar

ଗାଁରେ ପହଞ୍ଚିଲା ୩ ଓଡିଆ ଶ୍ରମିକଙ୍କ ମର ଶରୀର, ଗୋଟିଏ ଶ୍ମଶାନରେ ଜଳିଲା ଚିତା

ଯାଜପୁର : ଗୁଜୁରାଟ ଅହମଦାବାଦ ସୂତାକଳରେ କାର୍ଯ୍ୟରତ ୩ ଓଡିଆ ଶ୍ରମିକଙ୍କ ମର ଶରୀର ମଙ୍ଗଳବାର ଅପରାହ୍ନରେ ନିଜ ଜନ୍ମମାଟି ଯାଜପୁର ଜିଲା ଜମଧର ଗାଁରେ ପହଁଚିଛି। ମର ଶରୀର ଗାଁ ମୁଣ୍ଡରେ ପହଂଚିବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ମର ଶରୀରକୁ ଏକ ଶୋଭାଯାତ୍ରାରେ ନିଆଯାଇ ଗାଁ ଶ୍ମଶାନରେ ଶେଷ କୃତ୍ୟ ସଂପନ୍ନ କରାଯାଇଛି।

ସୂଚନାଯୋଗ୍ୟ, ଗତ ୨୨ ତାରିଖ ଦିନ ଅହମ୍ମଦାବାଦର ଲୋଟସ ଲେବଲ ଇଣ୍ଡଷ୍ଟ୍ରିଜରେ କାମ କରୁଥିବା ବେଳେ ଅଗ୍ନିକାଣ୍ଡ ଘଟି ଜମଦର ଗାଁ ର ଚିନ୍ମୟ ଖୁଂଟିଆ, ଦୟାନିଧି ଖୁଂଟିଆ ଏବଂ କାମେସ ସିଂଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ଜଣାପଡିବା ପରେ ଯାଜପୁର ଜିଲା ପ୍ରଶାସନିକ ଅଧିକାରୀ ମୃତକଙ୍କ ଘରେ ପହଂଚି ଶ୍ରମ ବିଭାଗ ସହିତ ଯୋଗାଯୋଗ କରି ସେଠାରୁ ମୃତଦେହ ଆଣିବା ପାଇଁ ବ୍ୟବସ୍ଥା କରିଥିଲେ। ଗୋଟିଏ ଗାଁର ତିନି ତିନି ଜଣଙ୍କର ଏକାସଂଗରେ ଚିତା ଜଳିବା ବେଳେ ଗାଁରେ ଶୋକର ବାତାବରଣ ସୃଷ୍ଟି ହୋଇଥିଲା। ତୁରନ୍ତ ମୃତକଙ୍କ ପରିବାର ବର୍ଗଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଘଟଣାସ୍ଥଳରେ ଯାଜପୁର ବିଡିଓ ସୌରଭ ଚକ୍ରବର୍ତ୍ତି, ଯାଜପୁର ଯୁଗ୍ମ ଶ୍ରମ ଆୟୁକ୍ତ ସୁନିଲ କୁମାର ସାହୁ ପହଂଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଶ୍ରମ ଆଇନ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories