www.samajalive.in
Friday, December 12, 2025
15.1 C
Bhubaneswar

ପୁରୀରେ ମମତା ବାନାର୍ଜୀ; ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ, ୨୮ରେ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକରେ ଯୋଗଦେବେ

ଭୁବନେଶ୍ବର/ପୁରୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ସଂଧ୍ୟା ୮.୪୫ ସମୟରେ ମମତା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା, ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ, ଭୁବନେଶ୍ବର ଡିସିପି ଅନୁପ ସାହୁ ପ୍ରମୁଖ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାଗତ କରିଥିଲେ। ମମତା ବିମାନବନ୍ଦରରୁ ବାହାରି ସଡ଼କ ପଥରେ ପୁରୀ ଯାଇ ରାତିରେ ପହଞ୍ଚିଛନ୍ତି। ଶିପସରୁବାଲି ମୌଜାର ଏକ ହୋଟେଲରେ ସେ ଅବସ୍ଥାନ କରୁଛନ୍ତି। ବୁଧବାର ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ସେ ଦାରୁବ୍ରହ୍ମଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମମତା ରହୁଥିବା ହୋଟେଲ ଚତୁଃପାର୍ଶ୍ବରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଆସନ୍ତା ୨୮ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ୨୪ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଯୋଗଦେବା ପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସିଛନ୍ତି।
ମମତାଙ୍କ ସହ ପଶ୍ଚିମବଙ୍ଗର କ୍ରୀଡ଼ାମନ୍ତ୍ରୀ ଅରୁପ୍‌ ବିଶ୍ୱାସ ମଧ୍ୟ ଆସିଛନ୍ତି। ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୨୮ତାରିଖରେ ସେ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଯୋଗଦେଇ ଅପରାହ୍ନରେ କୋଲକାତା ଫେରିଯିବାର କାର୍ଯ୍ୟକ୍ରମ ରହିଛି। ୨୮ତାରିଖରେ ଅମିତ୍ ଶାହ ବିଜେପି ପକ୍ଷରୁ ସିଏଏ ସମର୍ଥନରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେବେ। ତେବେ ପଶ୍ଚିମ ବଙ୍ଗରେ ସିଏଏ ଓ ଏନ୍‌ଆରସି ବିରୋଧୀ ଅଭିଯାନ ଚଳାଇ ଥିବା ବେଳେ ଶାହାଙ୍କ ସହ ଭୁବନେଶ୍ବରରେ ମମତାଙ୍କ ସାକ୍ଷାତ ରାଜନୈତିକ ଦୃଷ୍ଟିକୋଣରୁ ଗୁରୁତ୍ବ ବହନ କରୁଛି। ଭୁବନେଶ୍ୱରରେ ଆୟୋଜିତ ୨୪ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories