www.samajalive.in
Monday, December 8, 2025
20.1 C
Bhubaneswar

ଦିଲ୍ଲୀ ହିଂସା: ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଏନଏସଏ ଅଜିତ ଡୋଭାଲ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ ଭୟଙ୍କର ହେଉଛି ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଚାଲିଥିବା ହିଂସା । ସିଏଏ ସପକ୍ଷ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ କ୍ରମଶଃ ଉଗ୍ର ରୂପ ନେଉଛି। ବିଶେଷ କରି ଉତ୍ତର-ପୂର୍ବ ଦିଲ୍ଲୀରେ ଏହି ହିଂସା ଭୀଷଣ ଆକାର ଧାରଣ କରୁଛି । ଏହି ହିଂସାରେ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛିଥିବା ବେଳେ ୧୩୫ରୁ ଅଧିକ ଲୋକ ଆହତ ହୋଇଥିବା ଜଣାଯାଇଛି। ପରିସ୍ଥିତି ଦେଖିବା ପାଇଁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ମଙ୍ଗଳବାର ବିଳମ୍ବିତ ରାତି ହିଂସା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି । ସେ ଗାଡ଼ିରେ ସୀଲମପୁର, ଭଜନପୁରା, ମୌଜପୁର, ଯମୁନା ବିହାର ଭଳି ହିଂସା ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ପରଖିଛନ୍ତି ।

ଏନଏସଏ ଡୋଭାଲ ମଙ୍ଗଳବାର ବିଳମ୍ବିତ ରାତିରେ ସୀଲମପୁରସ୍ଥିତ ଉତ୍ତର-ପୂର୍ବ ଦିଲ୍ଲୀର ଡିସିପି (ଡେପୁଟି କମିଶନର ଅଫ ପୋଲିସ) କାର୍ଯ୍ୟାଳୟ ପହଞ୍ଚି ବୈଠକରେ ସୁରକ୍ଷା ସଂପର୍କିତ ସମୀକ୍ଷା ବୈଠକ କରିଛନ୍ତି । ପାଖାପାଖି ଏକ ଘଣ୍ଟା ଯାଏଁ ବୈଠକ ଚାଲିଥିଲା । ଏଥିରେ ଡିସିପି (ଉତ୍ତର-ପୂର୍ବ), ସ୍ପେଶାଲ ପୋଲିସ କମିଶନ (ଲ ଆଣ୍ଡ ଅର୍ଡର) ଏସଏନ ଶ୍ରୀବାସ୍ତବ ଓ ଦ୍ୱିତୀୟ ବରିଷ୍ଠ ଅଧିକାରୀ ସାମିଲ ଥିଲେ ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories