www.samajalive.in
Friday, December 5, 2025
20.1 C
Bhubaneswar

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୨୪ରେ ପହଞ୍ଚିଲା, ରତନ ଲାଲଙ୍କ ପରିବାରକୁ ୧ କୋଟି ସହାୟତା ଓ ଚାକିରି

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଯୋଗୁ ମୃତ୍ୟୁ ସଂଖ୍ୟା ବୁଧବାର ସନ୍ଧ୍ୟା ସୁଦ୍ଧା ୨୪ରେ ପହଞ୍ଚିଛି। ଅନେକ ଲୋକ ଆହତ ହୋଇ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଅନ୍ୟପଟେ ହିଂସା ନିୟନ୍ତ୍ରଣ ସମୟରେ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଥିବା ଦିଲ୍ଲୀ ପୁଲିସର ହେଡ୍‌ କନଷ୍ଟେବଳ ରତନ୍‌ ଲାଲଙ୍କ ପରିବାରକୁ ଦିଲ୍ଲୀ ସରକାର ୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏହା ସହିତ ତାଙ୍କ ପରିବାରର ଜଣକୁ ଚାକିରି ଦେବା ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବୁଧବାର ବିଧାନସଭାରେ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତ ରବିବାରଠାରୁ ଦିଲ୍ଲୀର ମୌଜପୁର ଏବଂ ଜାଫରାବାଦ ଅଞ୍ଚଳରେ ସିଏଏ ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଆନ୍ଦୋଳନକାରୀ ରାସ୍ତାକୁ ଆସି ପରସ୍ପରଙ୍କୁ ଟେକାପଥର ମାଡ଼ କରିବା ସହିତ ଗୁଳି ଚଳାଇଥିଲେ। ପୁଲିସ ଗଣ୍ଡଗୋଳ କରିବା ପାଇଁ ଉଦ୍ୟମ କରୁଥିବାବେଳେ ହେଡ୍‌ କନଷ୍ଟେବଳ ରତନ୍‌ ଲାଲ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

- Advertisement -

ସେହିପରି ହିଂସାରେ ଗୁଇନ୍ଦା ବିଭାଗର ଅନ୍ୟ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ବୁଧବାର ଏକ ଡ୍ରେନରୁ ତାଙ୍କର ଗୁଳିବିଦ୍ଧ ମରଶରୀର ଉଦ୍ଧାର କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories