www.samajalive.in
Monday, December 8, 2025
20.1 C
Bhubaneswar

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଯୋଗୁ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଅନେକ ଲୋକ ଆହତ ହୋଇ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା କରାଯାଉଛି। ଦିଲ୍ଲୀର ନର୍ଥଇଷ୍ଟରେ ହୋଇଥିବା ହିଂସା ଘଟଣାରେ ଏପର୍ଯ୍ୟନ୍ତ ଦିଲ୍ଲୀ ପୁଲିସ ୧୮ଟି ଏତଲା ରୁଜୁ କରିବା ସହ ୧୦୬ ଜଣଙ୍କୁ ଗିରଫ କରିଛି। ଏବେ ଦିଲ୍ଲୀର ସ୍ଥିତି ଶାନ୍ତ ରହିଛି।

ସୂଚନାଯୋଗ୍ୟ, ଗତ ରବିବାରଠାରୁ ଦିଲ୍ଲୀର ମୌଜପୁର ଏବଂ ଜାଫରାବାଦ ଅଞ୍ଚଳରେ ସିଏଏ ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଆନ୍ଦୋଳନକାରୀ ରାସ୍ତାକୁ ଆସି ପରସ୍ପରଙ୍କୁ ଟେକାପଥର ମାଡ଼ କରିବା ସହିତ ଗୁଳି ଚଳାଇଥିଲେ। ପୁଲିସ ଗଣ୍ଡଗୋଳ କରିବା ପାଇଁ ଉଦ୍ୟମ କରୁଥିବାବେଳେ ହେଡ୍‌ କନଷ୍ଟେବଳ ରତନ୍‌ ଲାଲ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

- Advertisement -

ସେହିପରି ହିଂସାରେ ଗୁଇନ୍ଦା ବିଭାଗର ଅନ୍ୟ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ବୁଧବାର ଏକ ଡ୍ରେନରୁ ତାଙ୍କର ଗୁଳିବିଦ୍ଧ ମରଶରୀର ଉଦ୍ଧାର କରାଯାଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories