www.samajalive.in
Saturday, December 6, 2025
16.1 C
Bhubaneswar

ଲାଞ୍ଚ ନେଇ ଧରାପଡ଼ିଲେ ପ୍ରଧାନ ଶିକ୍ଷୟିତ୍ରୀ

କଟକ: ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ପ୍ରଧାନ ଶିକ୍ଷୟିତ୍ରୀ। ଅଭିଭାବକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି। ଏହି ପ୍ରଧାନ ଶିକ୍ଷୟିତ୍ରୀ ଜଣକ ହେଉଛନ୍ତି ରଶ୍ମିପ୍ରଭା ଶତପଥୀ। ସେ ରଙ୍ଗିଣସାହି ଉପ୍ରା ସ୍କୁଲ ସ୍କୁଲରେ କାର୍ଯ୍ୟ କରନ୍ତି। ସୂଚନା ଅନୁସାରେ, ଏକ ପିଲାର ଜନ୍ମ ପ୍ରମାଣପତ୍ର ଦେବା ଲାଗି ସେ ଜଣେ ଅଭିଭାବକଙ୍କଠାରୁ ଲାଞ୍ଚ ଦାବି କରିଥିଲେ। ଏ ନେଇ ଅଭିଭାବକ ଜଣକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପରେ ପ୍ରଧାନ ଶିକ୍ଷୟିତ୍ରୀ ସମ୍ପୃକ୍ତ ଅଭିଭାବକଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଯୋଜନା ମୁତାବକ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଏହା ପରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବାଙ୍କୀ ସହରସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories