www.samajalive.in
Monday, December 8, 2025
13.1 C
Bhubaneswar

ଆଜି ପୂର୍ବାଞ୍ଚଳ ପରିଷଦ ବୈଠକ, ଯୋଗଦେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ୪ ରାଜ୍ୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଭୁବନେଶ୍ବରରେ ଅନୁଷ୍ଠିତ ହେବ ପୂର୍ବାଞ୍ଚଳ ପରିଷଦ ବୈଠକ। ଲୋକସେବା ଭବନରେ ପୂର୍ବାହ୍ନ ୧୦.୪୦ରୁ ଆରମ୍ଭ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିବେ। ଏହି ପୂର୍ବାଞ୍ଚଳ ପରିଷଦ ବୈଠକରେ ଆୟୋଜକ ଓଡିଶା ସହ ବିହାର, ପଶ୍ଚିମବଙ୍ଗ ଓ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏହି ବୈଠକରେ କେନ୍ଦ୍ର ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ସଦସ୍ୟ ରାଜ୍ୟମାନଙ୍କ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ମନୋମାଳିନ୍ୟ ପରିଷଦରେ ଆଲୋଚନା ଦ୍ୱାରା ସମାଧାନ କରାଯିବା ସହ ଆଞ୍ଚଳିକ ପରିଷଦ ଅନେକ ବିଷୟ ବସ୍ତୁ ଯଥା: ସୀମା ସମ୍ପର୍କିତ ବିବାଦ, ନିରାପତ୍ତା, ସଡକ ପରିବହନ, ଶିଳ୍ପ, ଜଳ ଓ ଶକ୍ତି ଭଳି ସମ୍ପର୍କିତ ବିଭିନ୍ନ ଭିତିଭୂମି, ଜଙ୍ଗଲ ଓ ପରିବେଶ, ଗୃହ, ଶିକ୍ଷା, ଖାଦ୍ୟ ନିରାପତ୍ତା, ପର୍ଯ୍ୟଟନ ଓ ପରିବହନ ଭଳି ବିଷୟଗୁଡିକ ମଧ୍ୟ ଆଲୋଚନା ପରିସରଭୁକ୍ତ ହୋଇଥାଏ।

ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଅଂଶଗ୍ରହଣ କରିବେ। ପରିଷଦର ସଦସ୍ୟ ଭାବେ ଏହିସବୁ ରାଜ୍ୟର କ୍ୟାବିନେଟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେବ। କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ମଧ୍ୟ ଏହି ବୈଠକରେ ଯୋଗଦେବେ। ସେହିଭଳି କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ । ଓଡ଼ିଶା ତରଫରୁ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେବେ । ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories