www.samajalive.in
Saturday, December 6, 2025
16.1 C
Bhubaneswar

ନବୀନ ନିବାସରେ ଅମିତ ଶାହା

ଭୁବନେଶ୍ବର : ଶୁକ୍ରବାରଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ପୂର୍ବାହ୍ନ ୧୦.୩୫ରେ ଶାହା ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକସେବା ଭବନ ଯାଇ ସେଠାରେ ପୂର୍ବାଞ୍ଚଳ ପରିଷଦର ବୈଠକରେ ଯୋଗଦେଇଥିଲେ। ବୈଠକ ପରେ ଶାହା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନବୀନ ନିବାସ ଯାଇଛନ୍ତି। ସେଠାରେ ଶାହା ମଧ୍ୟାହ୍ନ ଭୋଜନ କରିବେ ବୋଲି ସୂଚନା ମିଳିଛି । ଶାହାଙ୍କ ସହ ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ , ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ,ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ରାମେଶ୍ଵର ଓରାଓଁ ଏବଂ ଅନ୍ୟ ପ୍ରତିନିଧିମାନେ ବି ସାମିଲ ହେବେ। ମଧ୍ୟାହ୍ନ ଭୋଜନରେ ଓଡ଼ିଆ ଖାଦ୍ୟ ସବୁ ପରଷାଯିବ । ଯେମିତିକି ଭାତ, ଡାଲି, ବାଇଗଣ ଭଜା, ଆଳୁ ମଟର, ରୁଟି, ଟମାଟୋ ଚଟଣି, ପାମ୍ପଡ଼, ଗୁଚି ପନିର, ବୁନ୍ଦି ରାଇତା, ଛେନାପୋଡ଼, ରସ ମଲାଇ ଏବଂ ଏହାସହ ଘରୋଇ ଶୈଳୀରେ ପ୍ରସ୍ତୁତ ମାଛ ବେସର ମଧ୍ୟ ମଧ୍ୟାହ୍ନ ଭୋଜନରେ ପରଷାଯିବ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories