ଓଡ଼ିଶା ଛୁଇଁଲା ମୌସୁମୀ

0

କଟକ : ମୌସୁମୀ ଓଡ଼ିଶା ଛୁଇଁଛି । ନିର୍ଦ୍ଧାରିତ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଛି । ମାଲକାନଗିରିର କିଛି ଅଂଶକୁ ମୌସୁମୀ ସ୍ପର୍ଶ କରିଥିବା ଜଣାପଡିଛି । ଏହାର ପ୍ରଭାବରେ ଶୁକ୍ରବାର ଅପରାହ୍ନରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସମଗ୍ର ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଲଘୁଚାପର ରୂପ ନେବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Leave A Reply