www.samajalive.in
Tuesday, December 9, 2025
19.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କର ଆଜି ହେଉଛି ୧୨୪ତମ ଜନ୍ମ ବାର୍ଷିକୀ। ଦେଶାଇଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋରାରଜୀ ଦେଶାଇଙ୍କୁ ଶନିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ଦେଶାଇଙ୍କ ସିଦ୍ଧାନ୍ତ ଆଧାରିତ ରାଜନୀତିକୁ ମନେ ପକାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଏକ ସଂକ୍ଷିପ୍ତ ଭିଡିଓ ସେୟାର କରିଛନ୍ତି। ଏହି ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଭାଇ ଦେଶାଇଙ୍କୁ ତାଙ୍କ ଜନ୍ମ ଜୟନ୍ତିରେ ସତ୍ ସତ୍ ପ୍ରଣାମ। ସେ ସର୍ବଦା ଶୃଙ୍ଖଳା ଏବଂ ନୀତି ଉପରେ ଆଧାର କରି ରାଜନୀତି କରିଥିଲେ, ଯାହା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ।
ଉଲ୍ଲେଖ ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାଜୀ ଦେଶାଇ ୧୮୯୬ ମସିହା ଫେବୃଆରୀ ୨୯ରେ ଗୁଜୁରାଟର ବୁଲସର ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ତାଙ୍କର ଜନ୍ମ ବାର୍ଷିକୀ ପ୍ରତି ଚାରି ବର୍ଷରେ ଥରେ ପାଳନ କରାଯାଏ। ମାର୍ଚ୍ଚ ୧୯୭୭ରୁ ଜୁଲାଇ ୧୯୭୯ ପର୍ଯ୍ୟନ୍ତ ମୋରାରଜୀ ଦେଶାଇ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିଥିଲେ। ଦେଶାଇଙ୍କ ନାମରେ ସର୍ବାଧିକ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବାର ସଫଳତା ରେକର୍ଡ କରାଯାଇଛି।

Hot this week

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

Related Articles

Popular Categories