www.samajalive.in
Saturday, December 6, 2025
17.1 C
Bhubaneswar

ସମ୍‍ ଅଲ୍‍ଟିମେଟ୍‍ ମେଡିକେୟାର୍‍ ଲୋକାର୍ପିତ

ସମାଜ ପୋର୍ଟାଲ ଡେସ୍କ: ଭୁବନେଶ୍ୱରଠାରେ ଏକ ଅତ୍ୟାଧୁନିକ ସୁପର ସ୍ପେଶିଆଲିଟି ହସ୍ପିଟାଲ୍‍ ସମ୍‍ ଅଲ୍‍ଟିମେଟ୍‍ ମେଡିକେୟାର୍‍ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍‍ ଶାହା ଏବଂ କେନ୍ଦ୍ର ପେଟ୍ରୋଲିୟମ୍‍ ଓ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ଅତ୍ୟାଧୁନିକ ଚିକିତ୍ସାଳୟ ଉଦ୍‍ଘାଟିତ ହୋଇଛି। ରାଜ୍ୟବାସୀଙ୍କୁ ଏହା ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ଯୋଗାଇ ଦେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏହି ଅବସରରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ଏହା ଦ୍ୱାରା ରାଜ୍ୟର ଗରିବ ଲୋକାମାନେ ଉନ୍ନତ ଧରଣର ଚିକିତ୍ସାସେବା ପାଇପାରିବେ ବୋଲି ସେ କହିଛନ୍ତି। ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜ ରଞ୍ଜନ ନାୟକ ଏହି ଚିକିତ୍ସାଳୟରେ ସର୍ବୋତ୍ତମ ବ୍ୟବସ୍ଥା, ଜ୍ଞାନକୌଶଳ ଓ ଚିକିତ୍ସା ପଦ୍ଧତି ଉପଲବ୍ଧ ହେବ ବୋଲି କହିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories