ଭୁବନେଶ୍ବର : ରାଜ୍ୟରେ ପୁଣି ପାଗ ବଦଳିବାର ସମ୍ଭାବନା ରହିଛି। ଆସନ୍ତା ୨ତାରିଖରୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଜପତି, ରାୟଗଡ଼ାରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ୩ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ବର୍ଷାର ସମ୍ଭାବନା ଥିବାବେଳେ ୪ତାରିଖରେ ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକର ଅଳ୍ପ କିଛି ସ୍ଥାନରେ ଏବଂ ରାୟଗଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨ ଓ ୪ତାରିଖରେ କେତେକ ଅଞ୍ଚଳରେ ଅଧିକ ବର୍ଷାର ସମ୍ଭାବନା ଥିବାରୁ ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର ଓ ଭଦ୍ରକରେ ପ୍ରବଳ କୁହୁଡ଼ି ଅନୁଭୂତ ହେବ। ଆସନ୍ତା ୫ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।
Popular Categories


