www.samajalive.in
Saturday, December 6, 2025
17.1 C
Bhubaneswar

ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନ ଜବତ, ୧୭ ଗାଈ ଉଦ୍ଧାର

ଯାଜପୁର: ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟରୁ ଶନିବାର ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଜବତ ହୋଇଛି। ସ୍ଥାନୀୟ ଲୋକେ ଗାଡ଼ିକୁ ଅଟକ ରଖିବା ସହିତ ସେଥିରୁ ୧୭ଟି ଗାଈଙ୍କୁ ଉଦ୍ଧାର କରିଛନ୍ତି। ଅତି ଦୟନୀୟ ଅବସ୍ଥାରେ ଗାଈଙ୍କୁ ପିକ୍‌ଭ୍ୟାନରେ ନିଆଯାଉଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଗୋରୁ ନେଉଥିବା ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଧରି ପୁଲିସ ଜିମା ଦେଇଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories