www.samajalive.in
Saturday, December 6, 2025
15.1 C
Bhubaneswar

ଭାରତରେ ପୁଣି କରୋନା ଭୟ : ୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ପୁଣି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଣେ ନୂଆଦିଲ୍ଲୀର ବାସିନ୍ଦା ହୋଇଥିବା ବେଳେ ଆଉ ଜଣେ ତେଲେଙ୍ଗାନାର ବୋଲି ଜଣାପଡ଼ିଛି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୁଇ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି ଓ ସେ ଦୁହିଁଙ୍କୁ କଡ଼ା ନଜରରେ ରଖାଯାଇଛି। ଦିଲ୍ଲୀର ଆକ୍ରାନ୍ତ ଜଣକ ଇଟାଲୀରୁ ଫେରିଥିବା ବେଳେ ତେଲେଙ୍ଗାନାର ଆକ୍ରାନ୍ତ ଜଣକ ନିକଟରେ ଦୁବାଇରୁ ଫେରିଥିଲେ। ସେଠାରୁ ଫେରିବା ପରେ ଉଭୟ ଥଣ୍ଡା ଜ୍ୱରରେ ପୀଡ଼ିତ ହୋଇଥିଲେ। ପରେ ସେମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ପରୀକ୍ଷା ପରେ ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଉଭୟଙ୍କୁ ସ୍ୱତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଭାରତରେ ୩ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ସେମାନେ ସମସ୍ତେ କେରଳର ବୋଲି ଜାଣିବାକୁ ମିଳିଛି। କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ସେମାନଙ୍କର ଚିକିତ୍ସା କରାଯାଇଥିଲା। ସେମାନେ ସମସ୍ତେ ଏବେ ଏହି ଭୟାବହ ଭାଇରସରୁ ମୁକ୍ତ ହୋଇ ସାରିଛନ୍ତି। କରୋନା ଭାଇରସ ଯୋଗୁଁ ଏବେ ସୁଦ୍ଧା ସାରା ବିଶ୍ୱରେ ମୃତ୍ୟୁସଂଖ୍ୟା ୩ ହଜାର ଅତିକ୍ରମ କରି ସାରିଲାଣି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories