www.samajalive.in
Monday, December 8, 2025
20.1 C
Bhubaneswar

ଆଜିଠୁ ୪ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଥିବାବେଳେ ଆଜିଟଠୁ ବର୍ଷା ପ୍ରଭାବ ବଢ଼ିବ। ଅଧିକାଂଶ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନର ସମ୍ଭାବନା ରହିଛି। ବର୍ଷା ପ୍ରଭାବ ୭ତାରିଖ ପର୍ଯ୍ୟନ୍ତ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ସତର୍କ ରହିବାକୁ ସମସ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୋଳ, ଢ଼େଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ସମେତ ଅନ୍ୟ କେତକ ଜିଲାରେ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ସୁନ୍ଦରଗଡ଼, କଳାହାଣ୍ଡି, ଢ଼େଙ୍କାନାଳ ଓ କଟକରେ ଘଡ଼ଘଡ଼ି ସହିତ ବର୍ଷା ହେବ।

ଆସନ୍ତା ୫ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, କନ୍ଧମାଳ, ବୌଦ୍ଧ, କଟକ ଜିଲାର ଅଧିକାଂଶ ଅଞ୍ଚଳ ଏବଂ ବାଲେଶ୍ବର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ ଓ ଅନ୍ୟ କେତେକ ଜିଲାରେ କିଛି ସ୍ଥାନରେ ବର୍ଷା ହେବ। ଏହି ସମୟରେ କନ୍ଧମାଳ ,ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଯାଜପୁର, ଭଦ୍ରକ , ଖୋଦ୍ଧା ଓ ନୟାଗଡ଼ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୬ ତାରିଖରେ ଉତ୍ତର ଓଡ଼ିଶା ସମେତ ବୌଦ୍ଧ, କନ୍ଧମାଳ, ନୟାଗଡ଼ ,ଖୋର୍ଦ୍ଧା ଏବଂ ଅନ୍ୟ କେତେକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼ ଆଦି ୧୪ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ସତର୍କ କରିଦିଆଯାଇଛି। ୭ରେ ଉପକୂଳ, ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ାରେ ଅଧିକ ବର୍ଷାର ‌ ସମ୍ଭାବନା ରହିଛି।

- Advertisement -

ଆସନ୍ତା ୩ଦିନ ମଧ୍ୟରେ ଦିନର ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ ୩ଦିନ ପରେ ଦିନର ତାପମାତ୍ରା ହ୍ରାସ ପାଇବ। ଆସନ୍ତା ୪ଦିନ ଭିତରେ ରାତିର ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି ସନ୍ଧ୍ୟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ବାଲେଶ୍ବରରେ ୨୬ମିମି ଏବଂ ଦାରିଙ୍ଗବାଡ଼ି​‌େ​ରେ ବର୍ଷା ରେକର୍ଡ଼ କରାଯାଇଛି। ମାଲକାନଗିରି, କେନ୍ଦୁଝର, କନ୍ଧମାଳ, ମୟୂରଭଞ୍ଜ ଓ ଅନ୍ୟ କେତେକ ଅଞ୍ଚଳରେ ସ୍ବଳ୍ପ ବର୍ଷା ହୋଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories