www.samajalive.in
Saturday, December 6, 2025
16.1 C
Bhubaneswar

କରୋନା ମୁକାବିଲା ପାଇଁ ପୁରୀରେ ଜିଲ୍ଲାପାଳଙ୍କ ବୈଠକ, ବିଦେଶୀଙ୍କ ଉପରେ ନଜର ରଖିବାକୁ ପଦକ୍ଷେପ

ପୁରୀ : ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏଥିରୁ ନିଜକୁ ରକ୍ଷା କରିବାକୁ ରାଜ୍ୟରେ ସମସ୍ତ ସ୍ଥାନରେ ପୂର୍ବ ପ୍ରସ୍ତୁତି ସହ ସଂକ୍ରମଣରୁ ନିଜକୁ ରକ୍ଷା କରିବାକୁ ବିଭିନ୍ନ ଉପାୟ ବିଷୟରେ ମଧ୍ୟ ରାଜ୍ୟ ସରକାର ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ମୁକାବିଲା ପାଇଁ ଗୁରୁବାର ପୁରୀରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସିଡିଏମଓ, ଏଡ଼ିଏମ, ପର୍ଯ୍ୟଟନ ଅଧିକାରୀ, ପିଡ଼ି ଡ଼ିଆରଡ଼ିଏ ଉପସ୍ଥିତ ରହିଥିଲେ। ବୈଠକ ପରେ ପୁରୀ ଜିଲ୍ଲାପାଳ ବଲବନ୍ତ ସିଂହ ନିଜର ପ୍ରତିକ୍ରିୟା ରଖି କହିଛନ୍ତି, ଭୟଭୀତ ହୁଅନ୍ତୁ ନାହିଁ, ଗୁଜବ ପ୍ରଚାରରେ ବିଶ୍ୱାସ କରନ୍ତୁ ନାହିଁ। ଜିଲା ହସ୍ପିଟାଲଗୁଡ଼ିକୁ ମଧ୍ୟ ରାଜ୍ୟ ସରକାର ମନିଟର କରୁଛନ୍ତି। ଏହାସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ପୁରୀକୁ ପ୍ରତିଦିନ ବିଦେଶୀ ପର୍ଯ୍ୟଟକ ଆସୁଥିବାରୁ ସେମାଙ୍କ ଉପରେ ନଜର ରଖିବା ଲାଗି ଜିଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିସହ ହୋଟେଲଗୁଡ଼ିକୁ ମଧ୍ୟ ଉପଦେଶନାମା ଜାରି କରାଯାଇଛି। ବିଦେଶୀ ପର୍ଯ୍ୟଟକମାନଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ମଧ୍ୟ ସେମାନଙ୍କ ମଧ୍ୟରୁ କରୋନା ଆକ୍ରାନ୍ତ ନେଇ ସନ୍ଦେହ ହୁଏ, ତେବେ ସିଡ଼ିଏମଓଙ୍କୁ ସୂଚନା ଦେବା ପାଇଁ କୁହାଯାଇଛି। ପୁରୀକୁ ଆସୁଥିବା ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କୁ ରେଳ ଷ୍ଟେସନ ଓ ବସଷ୍ଟାଣ୍ଡରେ ସ୍କ୍ରିନିଂ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories