www.samajalive.in
Saturday, December 6, 2025
23.1 C
Bhubaneswar

କରୋନା ସଂକ୍ରମଣ ରୋକିବା ପାଇଁ ହେବ ସର୍ବଭାରତୀୟ ଯୋଜନା

ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ମିଶି ଏକ ସର୍ବଭାରତୀୟ ଯୋଜନା ପ୍ରସ୍ତୁତ କରିବା ପାଇଁ ସ୍ଥିର କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଆନ୍ତଃ ମନ୍ତ୍ରଣାଳୟ ସ୍ତରୀୟ ବୈଠକର ନିଷ୍ପତ୍ତି ଅନୁଯାୟୀ ସଂକ୍ରମଣର ପରୀକ୍ଷା, ପୃଥକୀକରଣ ଓ ଜିଲ୍ଲାସ୍ତର ପର୍ଯ୍ୟନ୍ତ ଦେଶର ବିଭିନ୍ନ ଭାଗରେ ପର୍ଯ୍ୟବେକ୍ଷଣ ସୁବିଧା ଉପଲବ୍ଧ କରାଯିବ। ସ୍ୱରାଷ୍ଟ୍ର ବ୍ୟାପାର, ପ୍ରତିରକ୍ଷା, ରେଳବାଇ ଓ ଶ୍ରମ ମନ୍ତ୍ରଣାଳୟ ନିଜ ନିଜ ହସ୍ପିଟାଲ୍‍ ସୁବିଧା ମାଧ୍ୟମରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିଆଯାଉଥିବା ପଦକ୍ଷେପରେ ସହଯୋଗ କରିବେ। ପ୍ରସ୍ତୁତି ସ୍ତରକୁ ଆହୁରି ବ୍ୟାପକ କରିବା ପାଇଁ ସମସ୍ତ ଆନ୍ତର୍ଜାତିକ ବିମାନ ବନ୍ଦର ଓ ସାମୁଦ୍ରିକ ବନ୍ଦରରେ ଥର୍ମାଲ୍‍ ଉପକରଣ ମାଧ୍ୟମରେ ଯାଞ୍ଚ ବ୍ୟବସ୍ଥା ଉପଲବ୍ଧ ହେବ। ଏହାଛଡ଼ା ପର୍ଯ୍ୟଟକମାନେ କେଉଁ କେଉଁ ଦେଶ ଗସ୍ତ କରିଛନ୍ତି ଏବଂ କେଉଁ ଦେଶର ଯାତ୍ରା ସାରି ଫେରୁଛନ୍ତି ସେ ସମ୍ପର୍କରେ ସୂଚନା ଦେବା ବାଧ୍ୟତାମୂଳକ ହେବ। ସୀମାବର୍ତ୍ତୀ ଅଞ୍ଚଳରେ ଥିବା ସମନ୍ୱିତ ତନଖୀ ଫାଟକ ସବୁରେ ଯାଞ୍ଚ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସମେତ ରାଜ୍ୟଗୁଡ଼ିକ ସହ ମିଶି କାର୍ଯ୍ୟ କରିବାକୁ ସ୍ୱରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories