www.samajalive.in
Monday, December 8, 2025
14.1 C
Bhubaneswar

ଶୁକ୍ରବାର ରାଶିଫଳ (୦୬.୦୩.୨୦୨୦)

ମେଷ: କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ବିଚକ୍ଷଣ ବୁଦ୍ଧି ଯୁକ୍ତ ହେବେ। ଲୋକପ୍ରିୟ ହୋଇପାରନ୍ତି। ଆର୍ଥିକ ସ୍ଥିତି ଦୃଢ଼ ହେବ। ସୁଖୀ ହେବେ।

ବୃଷ: ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବଦର୍ଶନ ଫଳଦାୟକ ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। ଅଧିକ ଅର୍ଥ ମିଳିବ।

- Advertisement -

ମିଥୁନ: ଅର୍ଥ, ଅନର୍ଥର କାରଣ ହୋଇପାରେ। ଆକସ୍ମିକ ସମସ୍ୟା ଯୋଗୁଁ ମନ ବିଷାଦିତ ହୋଇପାରେ। ନୃତ୍ୟ-ସଙ୍ଗୀତପ୍ରିୟ ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଧର୍ମ ମାର୍ଗରେ ମନୋନିବେଶ କରିବେ। ସ୍ବାସ୍ଥ୍ୟ ହାନି ଘଟିପାରେ।

କର୍କଟ: ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ସିଂହ: ସତର୍କ ନରହିଲେ ପ୍ରତାରିତ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ବୁଦ୍ଧିମାନର କାର୍ଯ୍ୟ ହେବ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ଯେତେ ମିଠା କଥା କହିଲେ ବି ବନ୍ଧୁ ଅବିଶ୍ବାସ କରିପାରନ୍ତି।

କନ୍ୟା: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତକର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳମନା ହେବେ। ସରକାରୀ ସାହାଯ୍ୟ ମିଳିବ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଆଗକୁ ବଢ଼ିବେ। ଶ୍ରମ ସାର୍ଥକ ହେବ। ସୁସମ୍ବାଦ ପାଇ ଖୁସି ହେବେ। କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଦୃଢ଼ ରହିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସୁସ୍ଥ ରହିବେ।

ବିଛା: କାର୍ଯ୍ୟର ମାନ୍ଦା ଗତିକୁ ତ୍ବରାନ୍ବିତ କରିପାରନ୍ତି। ଜନ ସଂପର୍କ ଅଧିକତର ହେବ। ନିଜ ଚେଷ୍ଟାରେ କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ଶୁଣିବାରେ ଆଗ୍ରହୀ ହେବେ।

ଧନୁ: ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଅର୍ଥ ବ୍ୟବସ୍ଥା ଟାଣ-ଟୁଣ ରହିବ। ଜିତେନ୍ଦ୍ରିୟ ହେବେ। କାର୍ଯ୍ୟ କ୍ଷେତ୍ରରେ ପରାକ୍ରମଶାଳୀ ହୋଇପାରନ୍ତି। କୀର୍ତ୍ତିର ଅଧିକାରୀ ହୋଇପାରନ୍ତି। ଜନବଲ୍ଲଭ ହେବେ।

ମକର: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ସମୟ ଅନୁକୂଳ ରହିଛି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବା ସହ ଯଶସ୍ବୀ ହେବେ।

କୁମ୍ଭ: ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହୋଇପାରେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

ମୀନ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ନାନା ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସ୍ତରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ଅପୂର୍ବ ସୁଯୋଗ ସୃଷ୍ଟି ହୋଇଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶାନ୍ତି ବାର୍ତ୍ତା ମିଳିପାରେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories