www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି ଜାରି: ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ଵର: ଆସନ୍ତା ମାର୍ଚ୍ଚ ୨୬ରେ ଓଡ଼ିଶାରୁ ଖାଲିପଡ଼ୁଥିବା ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ସହିତ ଆଜିଠାରୁ ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିପାରିବେ। ଆସନ୍ତା ୧୩ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି। ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ ଏବଂ ୧୮ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାର କରିବାର ଶେଷ ଦିବସ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୭ଟି ରାଜ୍ୟରେ ୫୫ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ଓଡ଼ିଶାର ୪ ଆସନରେ ନିର୍ବାଚନ ହେବ। ରାଜ୍ୟ ବିଧାନସଭାରେ ଆସନ ସଂଖ୍ୟାକୁ ଦୃଷ୍ଟି ଦେଲେ ୩ଟି ଆସନ ବିଜେଡି ଅକ୍ତିଆର କରିବ। ତେବେ ୪ର୍ଥ ଆସନ ପାଇଁ ବିଜେଡି, କଂଗ୍ରେସ ଏବଂ ବିଜେପିର ଯଥେଷ୍ଟ ସଦସ୍ୟ ନାହାନ୍ତି। ତେଣୁ ଏହି ଆସନ କାହା ସପକ୍ଷରେ ଯିବ ଏବଂ ବିଜେଡ଼ି ଏଥିପାଇଁ କି ପ୍ରକାର ରଣନୀତି ଆପଣାଇବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories