www.samajalive.in
Sunday, December 7, 2025
14.1 C
Bhubaneswar

କରୋନା ବିଶ୍ବପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି : ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶୁକ୍ରବାର କରୋନା ଭୂତାଣୁ(ଭାଇରସ୍)କୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଛନ୍ତି, କରୋନା ଭୂତାଣୁ(ଭାଇରସ୍) ବର୍ତ୍ତମାନ ସମଗ୍ର ବିଶ୍ବପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଯୁଗ ଯୁଗ ଧରି ବିଶ୍ବ ସାମ୍ନାରେ ଏପରି ଅନେକ ଚ୍ୟାଲେଞ୍ଜ ଆସିଥାଏ। ଯେଉଁମାନେ ଆମର ଶକ୍ତି ପରୀକ୍ଷା କରିଥାନ୍ତି। ତେଣୁ କରୋନାକୁ ନେଇ ଭୟଭିତ  ନ ହୋଇ ଏହାକୁ ସାମ୍ନା କରିବା ଆବଶ୍ୟକ।

ଉଲ୍ଲେଖ ଯୋଗ୍ୟ, ଚୀନର ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ(ଭାଇରସ୍) ବର୍ତ୍ତମାନ ଭାରତ ସମେତ ସମଗ୍ର ବିଶ୍ବର ୮୫ ଟି ଦେଶରେ ତାର କାୟା ବିସ୍ତାର କରିସାରିଛି । କରୋନା ଭୂତାଣୁ(ଭାଇରସ୍)ର ପ୍ରଭାବରେ ଏପର୍ଯ୍ୟନ୍ତ ୩ ହଜାର ୨୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୯୦ ହଜାରରୁ ଅଧିକ ଲୋକ ସଂକ୍ରମିତ ଥିବା ଜଣାପଡିଛି। କରୋନା ଭାଇରସ ଭାରତରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ଏଥିରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ଏହା ପୁଣି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।

- Advertisement -

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories