www.samajalive.in
Monday, December 8, 2025
14.1 C
Bhubaneswar

ବର୍ଷା ପ୍ରଭାବ ଆହୁରି ୨୪ଘଣ୍ଟା

ଭୁବନେଶ୍ବର : ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ବିଦର୍ଭ ଓ ରାୟଲସୀମା ମଧ୍ୟରେ ଥିବା ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲାର ଟିିଟିଲାଗଡ଼ରେ କୁଆପଥର ବର୍ଷା ହୋଇଥିବାବେଳେ କନ୍ଧମାଳର ଟିକାବାଲି, ଉଦୟଗିରି, ଦାରିଙ୍ଗବାଡ଼ି, କଳାହାଣ୍ଡିର ନର୍ଲା, ଗଞ୍ଜାମର ବେଲଗୁଣ୍ଠା, ବୌଦ୍ଧ, ଆଠମଲ୍ଲିକ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ଘୂର୍ଣ୍ଣିଝଡ଼ ଓ ବର୍ଷା ହୋଇଛି। ଦାରିଙ୍ଗବାଡ଼ିରେ ସର୍ବାଧିକ ୫୧ ମିମି ବର୍ଷା ରେକର୍ଡ଼ ହୋଇଛି। ପୁରୀରେ ୩୮, ଅନୁଗୋଳରେ ‌‌୧୬, ତାଳଚେରରେ ୧୩, ଟିଟିଲାଗଡ଼ରେ ୪୪ ସୋନପୁରରେ ୨୨, ନୟାଗଡ଼ରେ ୨୨ ମିମି ବର୍ଷା ରେକର୍ଡ଼ ହୋଇଛି। ଆସନ୍ତା ୨୪ ଘଣ୍ଟା ବର୍ଷା ପ୍ରଭାବ ଜାରି ରହିବ।
ଆସନ୍ତାକାଲି ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢ଼େଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ଘଣ୍ଟାକୁ ୩୦ରୁ ୪୦କିମି ବେଗରେ ପବନ ବହିବ। ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର,କନ୍ଧମାଳ ଓ ନୟାଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ାରେ ବର୍ଷା ପବନ ଅନୁଭୂତ ହେବ। ଏହି ସମୟରେ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବ। ୮ତାରିଖରେ ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନି ଜାରି କରାଯାଇଛି। ୯ତାରିଖରେ ବର୍ଷା କମିଯିବାର ସମ୍ଭାବନା ଥିବାବେଳେ ୧୦ରେ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ବି​‌େଶ‌ଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା କିମ୍ବା ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଆସନ୍ତା ୩ଦିନ ପାଇଁ ସର୍ବାଧିକ କିମ୍ବା ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories