www.samajalive.in
Tuesday, December 9, 2025
15.1 C
Bhubaneswar

ବସରେ ନିଆଁ, ନାବାଳିକା ଆହତ

ତିହିଡି : ଭଦ୍ରକ ଚାନ୍ଦବାଲି ରାସ୍ତାର ନନ୍ଦପୁର ନିକଟରେ ଏକ ବସରେ ନିଆଁ ଲାଗିଥିବା ସୂଚନା ମିଳିଛି। କିନ୍ତୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ବସର ଇଲେକ୍ଟ୍ରିକ ୱାରିଙ୍ଗରୁ ଧୂଆଁ ବାହାରିବାରୁ ଯାତ୍ରୀ ମାନେ ଭୟଭୀତ ହୋଇ ପଡିଥିଲେ। ବସଟି ଚାନ୍ଦବାଲି ରୁ ଭଦ୍ରକ ଅଭିମୁଖେ ଆସୁଥିଲା। ନନ୍ଦପୁର ନିକଟରେ ବସ ଅଟକାଇ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଥିଲା। ସେହି ରାସ୍ତାରେ ଭଦ୍ରକ ଅତିରିକ୍ତ ଏସପି ବିକାଶ ଦାସ ତିହିଡି ଅଞ୍ଚଳରୁ ଫେରୁଥିବା ବେଳେ ଗାଡି ରୁ ଧୂଆଁ ବାହାରୁଥିବା ଦେଖି ବସକୁ ଅଟକାଇ ନିଆଁ ଲିଭାଇବା କାର୍ଯ୍ୟରେ ସାହାଯ୍ୟ କରିଥିଲେ।  ଧୂଆଁରେ ଅଣନିଶ୍ୱାସି ହୋଇ ଯାଇଥିବା ଜଣେ ନାବାଳିକାଙ୍କୁ ତିହିଡି ପୁଲିସ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି। ଏନେଇ ଅତିରିକ୍ତ ଏସପି ବିକାଶ ଦାସ ସୂଚନା ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories