www.samajalive.in
Friday, December 12, 2025
14.1 C
Bhubaneswar

ହୋଲିରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ତିନି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ସହିତ ହୋଇଥିବାବେଳେ ରବିବାର ଅଳ୍ପ କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୦ ତାରିଖରୁ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ହୋଲି ଉତ୍ସବ ସମୟରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

Pic. Courtesy : The Financial express

ରବିବାର ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନି ଜାରି କରାଯାଇଛି। ୯ତାରିଖରେ ସ୍ବଳ୍ପ ବର୍ଷାର ସମ୍ଭାବନା ଥିବାବେଳେ ୧୦ରେ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ବି​ଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା କିମ୍ବା ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ୧୧ତାରିଖରେ ମଧ୍ୟ କିଛି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories