www.samajalive.in
Thursday, December 11, 2025
13.1 C
Bhubaneswar

ପୁଣି ତିନିଦିନ ବର୍ଷା : ବର୍ଷାରେ ଭିଜିବ ହୋଲି

ଭୁବନେଶ୍ବର : ତିନିଦିନ ଧରି ଝିପିଝିପି ବର୍ଷା ଓ କୋହଲା ପାଗ ପରେ ଏବେ ଆକାଶ ପରିଷ୍କାର ହୋଇଛି। ସୋମବାର ରାଜ୍ୟର ପାଖ ଶୁଖିଲା ରହିବ।  କିନ୍ତୁ ଗୋଟିଏ ଦିନ ପରେ ପୁଣି ବର୍ଷା ଆରମ୍ଭ ହେବ। ମଙ୍ଗଳବାର ହୋଲିରୁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଆଜି ପାଗ ଶୁଖିଲା ରହିବ, କିନ୍ତୁ ମଙ୍ଗଳବାର ବର୍ଷା ଆରମ୍ଭ ହେବ। କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବ। ବୁଧବାର ଠାରୁ ଦୁଇଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ବଢ଼ିବ। ଉପରୋକ୍ତ ଜିଲା ବ୍ୟତୀତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏସବୁ ଜିଲା ପାଇଁ ତିନିଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ସକାଳୁ ପାଗରେ ପରିବର୍ତ୍ତନ ଆସିବ। ଗତ ୨୪ ଘଣ୍ଟା ମଧ୍ୟରେ କଟକରେ ସର୍ବାଧିକ ୫୩.୪ ମିମି ବର୍ଷା ରେକର୍ଡ କରାଯାଇ ଥିବାବେଳେ ଫୁଲବାଣୀରେ ୪୩.୬ ମିମି, ଝାରସୁଗୁଡ଼ାରେ ୧୨ ମିମି, ପାରାଦ୍ବୀପରେ ୩୧.୧ ମିମି, ଚାନ୍ଦବାଲିରେ ୧୧.୯ ମିମି, ବାଲେଶ୍ବରରେ ୯.୪ ମିମି, ନୟାଗଡ଼ରେ ୨ ମିମି ବର୍ଷା ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories