www.samajalive.in
Wednesday, December 10, 2025
18.1 C
Bhubaneswar

ବାଇକ ଧକ୍କାରେ ମହିଳା ମୃତ ; ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତାରୋକ

ସୁଆଣ୍ଡୋ :  ଭୁବନେଶ୍ବରରୁ ପୁରୀ ଆସୁଥିବା ବାଇକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଘଟଣାରୁ ଜଣାପଡିଛି ୩୧୬ ନମ୍ବର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦ ପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ମହିଳା ଜଣଙ୍କ ବଡହାଟ ଗ୍ରାମର ମଣି ବରାଳ (୫୨) ବୋଲି ଜଣାପଡିଛି। ବାଇକରେ ଦୁଇଜଣ ଆରୋହୀ ଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଗୁରୁତର ଅବସ୍ଥିରେ ସାକ୍ଷୀଗୋପାଳ ଡାକ୍ତରଖାନାକୁ ପଠାଯାଇଛି।  ସତ୍ୟବାଦୀ ଥାନା ଆଇଆଇସି  ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତାରୋକ କରାଯାଇଛି । ରାସ୍ତାରୋକ ହଟାଇବା ପାଇଁ ପୋଲିସ ଲୋକମାନଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ ମିଳିଛି।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories