www.samajalive.in
Saturday, December 6, 2025
16.1 C
Bhubaneswar

ଉନ୍ନାଓରେ ୯ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ : ହସ୍ପିଟାଲରେ ପୀଡିତାଙ୍କ ମୃତ୍ୟୁ

ଉନ୍ନାଓ : ଉତ୍ତରପ୍ରଦେଶର ଉନ୍ନାଓରେ ପୁଣି ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ପଞ୍ଚମ ଶ୍ରେଣୀରେ ପଢୁଥିବା ୯ ବର୍ଷର ଜଣେ ନାବାଳିକା ଦୁଷ୍କର୍ମର ଶିକାର ହେବା ପରେ ପ୍ରାଣ ହରାଇଛନ୍ତି। ପୁଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଜଣେ ଅଜ୍ଞାନ ବ୍ୟକ୍ତିଙ୍କ ଦ୍ବାରା ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲେ। ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ପୀଡିତାଙ୍କ ଗଳା କାଟି ହତ୍ୟା ଉଦ୍ୟମ କରିଥିଲେ। ନାବାଳିକା ଜଣକ ଚେତାଶୂନ୍ୟ ହେବା ପରେ ଅଭିଯୁକ୍ତ ତାଙ୍କୁ ଗାଁ ବାହାରେ ଏକ ନିର୍ଜନ ସ୍ଥାନକୁ ଫିଙ୍ଗି ପଳାଇ ଯାଇଥିଲା। ସ୍ଥାନୀୟ ଲୋକ ଚେତାଶୂନ୍ୟ ଅବସ୍ଥାରେ ପୀଡିତାଙ୍କୁ ଉଦ୍ଧାର କରି ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ନାବାଳିକାକୁ ହସ୍ପିଟାଲକୁ ନେଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ହୋଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories