www.samajalive.in
Sunday, December 7, 2025
15.1 C
Bhubaneswar

ଉନ୍ନାଓ ପୀଡ଼ିତାଙ୍କ ବାପାଙ୍କୁ ହତ୍ୟା ଘଟଣାରେ ବିଧାୟକ ସେନଗରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ, ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ: ଉନ୍ନାଓ ବଳାତ୍କାର ପୀଡ଼ିତାଙ୍କ ବାପାଙ୍କୁ ହତ୍ୟା ମାମଲାରେ ବିଜେପିରୁ ବହିଷ୍କୃତ ବିଧାୟକ କୁଲଦୀପ ସେନଗରଙ୍କୁ କୋର୍ଟ ୧୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ମାମଲାର ସମସ୍ତ ଦୋଷୀଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ ଆଦେଶ ଦେଇଛନ୍ତି। ଦିଲ୍ଲୀର ତୀସ୍‌ ହଜାରୀ କୋର୍ଟ ଗତ ୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ୪ ଅଭିଯୁକ୍ତଙ୍କୁ ନିର୍ଦୋଷରେ ଛାଡ଼ି ଦେଇଥିଲେ। ଏହି ମାମଲାର ସେନଗରଙ୍କ ଭାଇଙ୍କୁ ବି ଦୋଷୀ ସାବ୍ୟସ୍ତ କରାଯାଇଛି। ୨୦୧୭ରେ ପୀଡ଼ିତାଙ୍କୁ ଅପହରଣ କରାଯାଇ ବଳାତ୍କାର କରାଯାଇଥିଲା। ସେତେବେଳେ ସେ ନାବାଳିକା ଥିଲେ। କୋର୍ଟ ଗତବର୍ଷ ଡିସେମ୍ବର ୨୦ରେ ଏହି ମାମଲାର ଶୁଣାଣି କରି ଦୋଷୀ ସେନଗରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ୨୦୧୮ ଏପ୍ରିଲ ୯ରେ ପୀଡ଼ିତାଙ୍କ ବାପା ପୁଲିସ ହାଜତରେ ପ୍ରାଣ ହରାଇଥିଲେ। ତାଙ୍କୁ ସେନଗରଙ୍କ ଭାଇ ଓ ତାଙ୍କ ସହଯୋଗୀମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories