www.samajalive.in
Sunday, December 14, 2025
17.1 C
Bhubaneswar

କରୋନା ସତର୍କତା : ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଡ୍ରାଇଭିଂ ଲାଇସେନ୍ସ ପରୀକ୍ଷା

ଭୁବନେଶ୍ବର : କରୋନା ଭାଇରସର ଭୟାବହତା ଦୃଷ୍ଟିରେ ରଖି ସତର୍କତା ମୂଳକ ପଦକ୍ଷେପ ନେଇଛନ୍ତି ଆଞ୍ଚଳିକ ପରିବହନ ବିଭାଗ। ମଙ୍ଗଳବାର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସ ପରୀକ୍ଷା ଓ ଲର୍ଣ୍ଣିଂ ଲାଇସେନ୍ସ ପରୀକ୍ଷା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ନୂଆ ମୋଟରଯାନ ଆଇନ ଲାଗୁହେବାପରେ ଆରଟିଓ କାର୍ଯ୍ୟାଳୟରେ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଆବେଦନକାରୀଙ୍କ ଭିଡ଼ ଲାଗି ରହୁଛି। ଯାହା ରାଜ୍ୟ ସରକାର କରୋନାକୁ ନେଇ ସାମାଜିକ ଦୂରତା ରକ୍ଷା କରିବାକୁ ଜାରି କରିଥିବା ଗାଇଡଲାଇନର ଉଲଘଂନ କରୁଛି। ଏହାକୁ ଦୃଷ୍ଟିରେ ରଖି ଡ୍ରାଇଭିଂ ଲାଇସେନ୍ସ ପରୀକ୍ଷା ଓ ଲର୍ଣ୍ଣିଂ ଲାଇସେନ୍ସ ପରୀକ୍ଷା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ଆଞ୍ଚଳିକ ପରିବହନ ବିଭାଗ। ତେବେ ଆରଟିଓ କାର୍ଯ୍ୟାଳୟରେ ଫିଟନେସ, ପରମିଟ ଓ ଟାକ୍ସ କଲେକ୍ସନ କାର୍ଯ୍ୟ ପୂର୍ବଭଳି ଜାରି ରହିବ। ଏନେଇ ଆଞ୍ଚଳିକ ପରିବହନ ବିଭାଗ ସୂଚନା ଦେଇଛି।

ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବାପରେ ରାଜ୍ୟ ସରକାର ସମସ୍ତ ସଚେତନମୂଳକ ପଦକ୍ଷେପ ନେଉଛନ୍ତି। ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଗାଇଡଲାଇନ ଜାରି କରାଯାଇଛି। କରୋନୋ ସନ୍ଦିଗ୍ଧଙ୍କୁ ନିକଟସ୍ଥ ମେଡିକାଲର ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା କରାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories