www.samajalive.in
Saturday, December 6, 2025
26.1 C
Bhubaneswar

କରୋନା ସଂକ୍ରମଣ ରୋକିବା ପାଇଁ ଜନଗଣନା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର : କରୋନା ସଂକ୍ରମଣ ରୋକିବା ପାଇଁ ଜନଗଣନା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଜନଗଣନାର ପ୍ରାଥମିକ ତାଲିକା ପ୍ରସ୍ତୁତ ପାଇଁ ଯେଉଁ ଅବଧି ସ୍ଥିର ହୋଇଛି, ସେଥିରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏପ୍ରିଲ ୧ ରୁ ୩୦ ସେପ୍ଟେମ୍ବର ମଧ୍ୟରେ ଜନଗଣନାର ପ୍ରାଥମିକ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ବିଜ୍ଞପ୍ତିରେ ଉଲ୍ଲେଖ ରହିଥିବା ବେଳେ ବର୍ତ୍ତମାନ କରୋନା ଭାଇରସର ମୁକାବିଲା ଏକ ବଡ଼ ଚ୍ୟାଲେଞ୍ଜ ହୋଇଥିବାରୁ ଏଥିରେ ପରିବର୍ତ୍ତନ ଅର୍ଥାତ ଜନଗଣନା ସ୍ଥଗିତ ରଖିବାକୁ ମୋଦୀଙ୍କୁ ନବୀନ ଚିଠି ଲେଖିଛନ୍ତି। ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ କରିବାକୁ ସାରା ଦେଶରେ ବହୁ କର୍ମଚାରୀଙ୍କ ଆବଶ୍ୟକତା ରହିଥିବାରୁ ଏମାନେ ଜନଗଣନା ପାଇଁ ତଥ୍ୟ ସଂଗ୍ରହ କରିବାକୁ ଗଲେ କରୋନା ଭାଇରସ କାରଣରୁ ଏହାମାନଙ୍କ ପ୍ରତି ବିପଦ ରହିଛି। ତେଣୁ ଏହି କାରଣରୁ ଜନଗଣନା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories