www.samajalive.in
Tuesday, December 9, 2025
23.1 C
Bhubaneswar

ପୂରା ପଞ୍ଜାବରେ କର୍ଫ୍ୟୁ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮, ପଶ୍ଚିମବଙ୍ଗରେ ପ୍ରଥମ

ଅମୃତସର/ନୂଆଦିଲ୍ଲୀ: କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ରାଜ୍ୟର ବିଭିନ୍ନ ସହରକୁ ଲକ୍‌ଡାଉନ କରିବା ସତ୍ବେ ଲୋକେ ନିୟମ ନ ମାନିବାରୁ ସରକାର ସମ୍ପୂର୍ଣ୍ଣ ରାଜ୍ୟରେ କର୍ଫ୍ୟୁ ଲାଗୁ କରିଛନ୍ତି। ଏ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ସୋମବାର ଘୋଷଣା କରିଛନ୍ତି।

ଅନ୍ୟପଟେ ସୋମବାର କରୋନାରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ପଶ୍ଚିମବଙ୍ଗର। ରାଜ୍ୟରେ ଏହା ପ୍ରଥମ ଘଟଣା ହୋଇଥିବାବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତ ସଂଖ୍ୟା ୪୩୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୦ରୁ ଅଧିକ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀ, ରାଜସ୍ଥାନ, ବିହାର, ପଞ୍ଜାବ, ଉତ୍ତରାଖଣ୍ଡ, ଛତିଶଗଡ଼, ଝାଡ଼ଖଣ୍ଡ, ଜାମ୍ମୁ-କାଶ୍ମୀର, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶରେ ଆସନ୍ତା ୩୧ ତାରିଖରେ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଉଛି। ଏହାବ୍ୟତୀତ ଉତ୍ତରପ୍ରଦେଶର ୧୬ ଜିଲାକୁ ୨୫ ତାରିଖ ଯାଏ ଲକ୍‌ଡାଉନ କରାଯାଇଛି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories