www.samajalive.in
Thursday, December 11, 2025
18.1 C
Bhubaneswar

କରୋନା ସତର୍କତା : ୧୪ ଜିଲାକୁ ଲକ୍ ଡାଉନ୍ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ମହାମାରୀ କରୋନାକୁ ମୁକାବିଲା କରିବାପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୪ ଟି ଜିଲାକୁ ସମ୍ପୁର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଜିଲା ଏବଂ ୮ଟି ସହରକୁ ଲକ୍ ଡାଉନ ଘୋଷଣା କରିଥିବା ବେଳେ ଆଜି ରାଜ୍ୟ ସରକାର ଆଉ ୯ ଟି ଜିଲାକୁ ଲକ୍ ଡାଉନ ଘୋଷଣା କରିଛନ୍ତି। ଗତ ୨୧ ତାରିଖରେ ରାଜ୍ୟ ସରକାର ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲାକୁ ଲକ୍ ଡାଉନ୍ ଘୋଷଣା କରିଥିବା ବେଳେ ଆଜି ପୁରୀ, ନୟାଗଡ, ଯାଜପୁର, ଜଗତସିଂପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡା ଜିଲାକୁ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ଏହି ସବୁ ଜିଲାମାନଙ୍କରେ ଆସନ୍ତା ୨୯ ତାରିଖ କଡାକଡି ଭାବେ ଲକ୍ ଡାଉନ୍ କରିବାପାଇଁ ନିର୍ଦେଶ ଦେଇଛନ୍ତି।

ଲକ୍ ଡାଉନ୍ ସମୟରେ ଗ୍ରୋସରୀ, ପରିବା, ମାଛ, ମାଂସ, ଅଣ୍ଡା ଦୋକାନ ଖୋଲା ରହିବା ସହ ପେଟ୍ରୋଲ ପମ୍ପ, ମେଡିସିନ୍‍ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର ହୋଲସେଲ୍‍ ମାର୍କେଟ ସମେତ ହସ୍ପିଟାଲ, ବ୍ୟାଙ୍କ, ଏଟିଏମ୍‍, ପୌର ସେବା, ପୁଲିସ, ଅଗ୍ନିଶମ, ଓଡ୍ରାଫ୍‍, ପାନୀୟ ଜଳ ଓ ବିଦ୍ୟୁତ୍‍ ସେବା ଜାରି ରହିବ।

- Advertisement -

 

 

 

 

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories