www.samajalive.in
Wednesday, December 10, 2025
16.1 C
Bhubaneswar

ସହାୟତା ଦେବେ କୋହଲି-ଅନୁଷ୍କା

ନୂଆଦିଲ୍ଲୀ : କରୋନା ସଂକ୍ରମଣଜନିତ ପରିସ୍ଥିତିକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠି ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିବେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମା।
କରୋନା ଭାଇରସ୍‌ ସଂକ୍ରମଣ ଯୋଗୁଁ ଦେଶରେ ଯେଉଁ ଅବସ୍ଥା ସୃଷ୍ଟି ହୋଇଛି ତାହାକୁ ମୁକାବିଲା କରିବାରେ କେନ୍ଦ୍ର ଓ ରାଜ୍ୟ ସରକାର ବେଶ ଅର୍ଥ ବ୍ୟୟ କରୁଛନ୍ତି। ଏପରି ସ୍ଥିତିରେ ସରକାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ କୋହଲି ଓ ଅନୁଷ୍କା ବାରମ୍ବାର ସାମାଜିକ ଗଣମାଧ୍ୟମରେ ବାର୍ତ୍ତା ଦେଇ ଆସୁଥିଲେ। ଇତିମଧ୍ୟରେ କୋହଲି ଓ ଅନୁଷ୍କା ଟ୍ବିଟର୍‌ରେ ଏକ ବାର୍ତ୍ତା ଛାଡ଼ି ପ୍ରଧାନମନ୍ତ୍ରୀ ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ତେବେ କେତେ ପରିମାଣର ଅର୍ଥ ପ୍ରଦାନ କରିବେ ସେ ସଂପର୍କରେ କୋହଲି, ଅନୁଷ୍କା କୌଣସି ସୂଚନା ଦେଇ ନାହାନ୍ତି।
ସୂଚନାଥାଉକି କିଛିଦିନ ତଳେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ୫୦ ଲକ୍ଷ ଓ ସୁରେଶ ରାଇନା ୫୨ ଲକ୍ଷ ଟଙ୍କା ଦାନ କରିଥିଲେ। ଏହାବାଦ୍‌ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ, ମଲ୍ଲଯୋଦ୍ଧା ବଜରଙ୍ଗ ପୁନିଆ, ସ୍ପ୍ରିଣ୍ଟର୍‌ ହିମା ଦାସ, ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପ୍ରମୁଖ ସହାୟତାର ହାତ ବଢ଼ାଇଛନ୍ତି। ବିସିସିଆଇ ତରଫରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୧ କୋଟି ଟଙ୍କା ପ୍ରଦାନ କରାଯାଇଥିଲା।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories