www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ମୃତ୍ୟୁ ସଂଖ୍ୟା ୫୦ ଛୁଇଁଲା, ୧୯୬୫ ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ଭୂତାଣୁ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ୫୦ ଛୁଇଁଛି। ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୫୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୭୬୪ ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି। ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢୁଥିବାରୁ ଏହା ଚିନ୍ତାଜନକ ବିଷୟ ପାଲଟିଛି। ମୃତକଙ୍କ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ରହିଛନ୍ତି। ଏଠାରେ ୧୩ ଜଣ ପ୍ରାଣ ହରାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ କୋଭିଡ-୧୯ ଟ୍ରାକର୍‌ ତଥ୍ୟ ଅନୁସାରେ ଦେଶରେ ମୃତ୍ୟୁ ସଂଖ୍ୟା ୫୭ରେ ପହଞ୍ଚିଛି ଏବଂ ୨୦୯୩ ଜଣ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୧୪ ଜଣ ପ୍ରାଣ ହରାଇଥିବା ଏଥିରେ ଦର୍ଶାଯାଇଛି। ମହାରାଷ୍ଟ୍ରରେ ୩୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ କେରଳରେ ୨୬୫ ଜଣ ଚିହ୍ନଟ ହୋଇଛନ୍ତି। ଗତ ୧ ତାରିଖରେ ଦେଶରେ ୪୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୋଭିଡ-୧୯ ଟ୍ରାକରରେ ସୂଚିତ କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories