www.samajalive.in
Wednesday, December 10, 2025
26.1 C
Bhubaneswar

ସୁସ୍ଥ ହେଲେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ରାଜ୍ୟର ପ୍ରଥମ କରୋନା ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି। ଏହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ତାଙ୍କୁ ଡିସ୍‌ଚାର୍ଜ କରିଦିଆଯାଇଛି। କରୋନା ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଏହି ଆକ୍ରାନ୍ତଙ୍କ ଘର ଭୁବନେଶ୍ଵରର ବଡ଼ଗଡ଼ ଅଞ୍ଚଳରେ। ଗତ ମାର୍ଚ୍ଚ ୬ ତାରିଖରେ ସେ ଇଟାଲୀରୁ ଦିଲ୍ଲୀ ଫେରିଥିଲେ। ପରେ ୧୨ ତାରିଖରେ ଟ୍ରେନ ଯୋଗେ ଭୁବନେଶ୍ଵର ଆସିଥିଲେ। ସେ ଥଣ୍ଡା, ଜ୍ଵରରେ ଆକ୍ରାନ୍ତ ଥିଲେ। ଥଣ୍ଡାଜ୍ଵର ନ କମିବାରୁ କ୍ୟାପିଟାଲ ହସ୍ପିଟାଲ ଆସିଥିଲେ। ସେଠାରେ ତାଙ୍କର ରକ୍ତ ନମୁନା ଏବଂ ସ୍ବାବ୍‌ ପରୀକ୍ଷା ପାଇଁ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର(ଆରଏମଆରସି)କୁ ପଠାଯାଇଥିଲା। ସେଠାରେ ପରୀକ୍ଷାନିରୀକ୍ଷା ପରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଆଇସୋଲେଶନରେ ରଖି ଚିକିତ୍ସା କରାଯାଉଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories