www.samajalive.in
Saturday, December 13, 2025
27.1 C
Bhubaneswar

୮ ତାରିଖ ପର୍ଯ୍ୟନ୍ତ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ତାପାମାତ୍ରା ସାମାନ୍ୟ ହ୍ରାସ ପାଇଥିଲା ବେଳେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି। ଏଥିପାଇଁ ୧୦ରୁ ଅଧିକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ବାଲେଶ୍ୱର, ମୟୂରଭଞ୍ଜ ଜିଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ଜିଲା ବ୍ୟତିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିର, ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଅନ୍ୟ ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ। ୯ ତାରିଖ ଯାଏ କିଛି ଜିଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବର୍ଷା ଯୋଗୁଁ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଆସିବ। ମାଲକାନଗିରି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ଅନୁଗୋଳରେ ୩୯.୭, ତାଳଚେରରେ ୩୯.୧, ଝାରସୁଗୁଡ଼ାରେ ୩୮.୨, ପାରଳାଖେମୁଣ୍ଡି ଓ ବୌଦ୍ଧରେ ୩୮, ସୋନପୁରରେ ୩୭.୮, ବଲାଙ୍ଗୀରରେ ୩୭.୨, ସୁନ୍ଦରଗଡ଼ରେ ୩୬.୫, ବାଲେଶ୍ୱରରେ ୩୫.୪, ଭୁବନେଶ୍ୱରରେ ୩୨.୭ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories