www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଖୋଲିଲା ଆଉ ଏକ କୋଭିଡ-୧୯ ହସ୍ପିଟାଲ, ରହିଛି ୫୨୫ ଶଯ୍ୟା

ଭୁବନେଶ୍ବର: ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ଏହାର ସଫଳ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତମାନଙ୍କୁ କିପରି ଚିକିତ୍ସା ସେବା ଯୋଗାଇ ଦିଆଯିବ ସେଥିଲାଗି ରାଜ୍ୟ ସରକାର ଆଉ ଏକ କୋଭିଡ-୧୯ ହସ୍ପିଟାଲ ଖୋଲିଛନ୍ତି। ଏହି ହସ୍ପିଟାଲଟି ଭୁବନେଶ୍ବରସ୍ଥିତ ସମ୍‌ ହସ୍ପିଟାଲରେ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ୫୨୫ ଶଯ୍ୟା ବିଶିଷ୍ଟ ଏହି କୋଭିଡ-୧୯ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି।  ଆଇଏମ୍ଏସ୍ ଓ ସମ୍  ହସ୍ପିଟାଲ ସହାୟତାରେ ନିର୍ମାଣ ହୋଇଥିବା ରାଜ୍ୟ ସରକାରଙ୍କର ଏହି କୋଭିଡ୍ -୧୯ ହସ୍ପିଟାଲରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସହିତ ରୋଗୀଙ୍କ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏଥିମଧ୍ୟରୁ ୫୦୦ ଜେନେରାଲ ବେଡ୍ ଏବଂ ୨୫ଟି ଆଇସିୟୁ ବେଡ୍  ରଖାଯାଇଛି। ଉଦଘାଟନ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ,  ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଏମସିଏଲ ସିଏମଡି ପ୍ରମୁଖ ଉପସ୍ଥିତ ରହିଥିଲେ।

ସେହିପରି ସମ୍ବଲପୁର ସଦର ଚିକିତ୍ସାଳୟକୁ କୋଭିଡ-୧୯ ହସ୍ପିଟାଲରେ ପରିବର୍ତ୍ତନ କରାଯାଇଛି। ଫଳରେ ଏଠାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଡିସଚାର୍ଜ କରିଦିଆଯିବ ନଚେତ ଭୀମସାରକୁ ସ୍ଥାନାନ୍ତର କରାଯିବ। ଏହା ସହିତ ଆଉଟଡୋରକୁ ଆସୁଥିବା ରୋଗୀମାନେ ସ୍ଥାନୀୟ ଅଞ୍ଚଳରେ ଥିବା ପ୍ରାଥମିକ ଚିକିତ୍ସା କେନ୍ଦ୍ରରୁ ସ୍ବାସ୍ଥ୍ୟସେବା ପାଇପାରିବେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories