www.samajalive.in
Sunday, December 7, 2025
14.1 C
Bhubaneswar

ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ, ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି

ଭୁବନେଶ୍ବର: ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଥିବାବେଳେ ସୋମବାର ପ୍ରଥମ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ୭୨ ବର୍ଷୀୟ ଏହି ବ୍ୟକ୍ତି ଶ୍ବାସକ୍ରିୟା ଜନିତ ସମସ୍ୟା ନେଇ ଗତ ୪ ତାରିଖରେ ଏମ୍‌ସରେ ଭର୍ତ୍ତି ହୋଇଥିଲେ। ପରୀକ୍ଷା ପରେ ତାଙ୍କଠାରେ କରୋନା ଭୂତାଣୁ ରିପୋର୍ଟ ପଜିଟିଭ ଆସିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତ ସୋମବାର ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଠାବ କରିବାକୁ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଅନ୍ୟପଟେ ମଙ୍ଗଳବାର ରାଜଧାନୀ ଭୁବନେଶ୍ବରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର ୟୁନିଟ୍‌-୪ ମଧୁସୂଦନ ନଗର ଅଞ୍ଚଳରେ। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୪୧ରେ ପହଞ୍ଚିଛି। ସେଥିରୁ ଭୁବନେଶ୍ବରରେ କେବଳ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ରାଜ୍ୟରେ ଏହି ଭୂତାଣୁ ବ୍ୟାପୁଥିବା ସ୍ପଷ୍ଟ ହେବା ସହିତ ସମୂହ ସଂକ୍ରମଣ ଆଶଙ୍କା ଅଧିକ ବଢ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories