www.samajalive.in
Sunday, December 14, 2025
15.1 C
Bhubaneswar

ଭିଡିଓ କନଫରେନ୍ସିଂରେ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ବର : କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ଆଉ କେତେକ ନିଷ୍ପତ୍ତି ଘୋଷଣା କରିବେ। ଏ ନେଇ ଗୁରୁବାର ପୂର୍ବାହ୍ନ ୧୦.୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଡକାଯାଇଛି। ସାମାଜିକ ଦୂରତ୍ବ ବଜାୟ ରଖିବା ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ରାଜଧାନୀରେ ଥିବା କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଏବଂ ବାହାରେ ଥିବା ମନ୍ତ୍ରୀମାନେ ସେହିଠାରେ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଲୋକଙ୍କ ସୁରକ୍ଷା ପାଇଁ ବୈଠକରେ ଲକ ଡାଉନ ସମୟ ଅବଧି ବୃଦ୍ଧି ସଂକ୍ରାନ୍ତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସେହିପରି ବିଧାୟକଙ୍କ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅର୍ଥ ଏକବର୍ଷ ପାଇଁ ବନ୍ଦ ରଖିବା ସହ ମନ୍ତ୍ରୀ, ବିଧାୟକଙ୍କ ଦରମା ହ୍ରାସ ସହ ଅନ୍ୟାନ୍ୟ ଆର୍ଥିକ ନିଷ୍ପତ୍ତି ନିଆଯିବ। ରାଜ୍ୟବାସୀଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ, ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ସମେତ ଅଧିକ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ଓ ଅର୍ଥନୈତିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ଆର୍ଥିକ ସହାୟତା ପ୍ରଦାନ ନେଇ ନିଷ୍ପତ୍ତି ହେବା ସମ୍ଭାବନା ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories