www.samajalive.in
Sunday, December 7, 2025
13.1 C
Bhubaneswar

ଓଡ଼ିଶାରେ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ, ଆକ୍ରାନ୍ତ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଗୁରୁବାର ବୃଦ୍ଧି ଘଟିଛି। ଢେଙ୍କାନାଳ ଜିଲାରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୋଟ ଦୁଇ ଜଣ ନୂଆ ରୋଗୀ ଠାବ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି।

- Advertisement -

ଅନ୍ୟ ଜଣେ ରୋଗୀଙ୍କ ଘର ପଶ୍ଚିମବଙ୍ଗର ମେଦିନାପୁରରେ। ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ଦେଖାଦେବା ପରେ ତାଙ୍କର ପରୀକ୍ଷା କରାଯାଇଥିଲା, ଯାହାର ରିପୋର୍ଟ ପଜିଟିଭ ଆସିଛି। ଏହି ରୋଗୀଙ୍କ ବୟସ ୬୯ ବର୍ଷ ହୋଇଥିବାବେଳେ ସେ ଜଣେ ପୁରୁଷ। ସେହିପରି ଢେଙ୍କାନାଳ ଟାଉନରେ ଚିହ୍ନଟ ରୋଗୀ ଜଣେ ମହିଳା। ତାଙ୍କ ବୟସ ୫୧ ବର୍ଷ। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ ୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୪ ଜଣ ଭୁବନେଶ୍ବରରେ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜଣେ ରୋଗୀଙ୍କ ମିଶାଇଲେ ରାଜଧାନୀରେ ଏଯାଏ ୩୫ ଜଣ କରୋନା ପଜିଟିଭ ଠାବ ହୋଇଛନ୍ତି। ଏହାବ୍ୟତୀତ ଝାରପଡ଼ା ଅଞ୍ଚଳର ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories