www.samajalive.in
Sunday, December 14, 2025
16.1 C
Bhubaneswar

ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ଵର : ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସମଗ୍ର ରାଜ୍ୟରେ ତାପମାତ୍ରା ସ୍ଥିର ରହିଥିବା ବେଳେ ଆଗାମୀଦିନରେ ତାପମାତ୍ରା ସେତେ ପରିମାଣରେ ପରିବର୍ତ୍ତନ ହେବ ନାହିଁ। ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଆଗାମୀ ୧୨ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସହ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଣୁ ରାଜ୍ୟବାସୀ ଆସନ୍ତା ୧୨ଯାଏଁ ସତର୍କ ରହିବାକୁ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ

ବର୍ତ୍ତମାନ ସମୟରେ ସକାଳ ଏବଂ ମଧ୍ୟାହ୍ନରେ ଖରା ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୪ ଦିନ ପାଗ ଶୁଖିଲା ରହିବ। ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ । ତେବେ ୯ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ଘଡଘଡି କାଳବୈଶାଖୀ ବର୍ଷା ହେବ । କାଳବୈଶାଖୀ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ ହେବା ସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

- Advertisement -

୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡା, କୋରାପୁଟ, କନ୍ଧମାଳ ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୧୧ରେ ଦକ୍ଷିଣ ଓଡିଶା ସମେତ ମୟୁରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ତେବେ ୧୩ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories