www.samajalive.in
Monday, December 15, 2025
17.1 C
Bhubaneswar

ଓଡ଼ିଶାରେ ଲକଡ଼ାଉନ୍ ଅବଧି ବୃଦ୍ଧିକୁ ବିଜେପିର ସ୍ବାଗତ

ଭୁବନେଶ୍ୱର : କରୋନା ମହାମାରୀର ସଫଳ ମୁକାବିଲା କରିବା ପାଇଁ ‘ଲକ୍‌ ଡାଉନ’ ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଲକ୍‌ ଡାଉନର ସମୟ ସୀମାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବା ନିଷ୍ପତ୍ତିକୁ ବିଜେପି ସମର୍ଥନ କରୁଛି ବୋଲି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି। ରାଜ୍ୟବାସୀଙ୍କ ପାଇଁ ରାଜ୍ୟ ସରକାର ଯେଉଁ ନିଷ୍ପତି ନେଇଛନ୍ତି, ସେହି ଅନୁସାରେ ଜନସାଧାରଣମାନେ ସହଯୋଗ କରିବା ପାଇଁ ଶ୍ରୀ ମହାନ୍ତି ଅନୁରୋଧ କରିଛନ୍ତି ।
ବିଜେପି କାର୍ଯ୍ୟକର୍ତ୍ତାମାନେ ସାମାଜିକ ଦୂରତ୍ୱ ଓ ସରକାରୀ କଟକଣାକୁ ମାନିବା ସହ ସାମାଜିକ କାର୍ଯ୍ୟକର୍ତ୍ତା ଭାବରେ ଅସହାୟ ଲୋକଙ୍କୁ ଏଭଳି ସଂକଟ ସମୟରେ ସାହାଯ୍ୟର ହାତ ବଢାଇବାକୁ ଶ୍ରୀ ମହାନ୍ତି ପରାମର୍ଶ ଦେଇଛନ୍ତି । ଏପରି କଠିନ ସମୟରେ ଗଣମାଧ୍ୟମର ସାହସୀ ଓ ଜୀବନକୁ ବାଜି ଲଗାଇ କାମ କରିବାର ଶ୍ରୀ ମହାନ୍ତି ଭୂୟଂସୀ ପ୍ରଶଂସା କରିଛନ୍ତି।

- Advertisement -

ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ଆରମ୍ଭ କରି ସାଂସଦ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ରାଜ୍ୟ ସରକାଙ୍କର ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories