www.samajalive.in
Tuesday, December 9, 2025
26.1 C
Bhubaneswar

ଭାରତରେ କରୋନା: ୨୪ ଘଣ୍ଟାରେ ୮୯୬ ନୂଆ ଆକ୍ରାନ୍ତ, ୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ୩ୟ ପର୍ଯ୍ୟାୟକୁ ପହଞ୍ଚିନାହିଁ କି ସମୂହ ସଂକ୍ରମଣ ହୋଇନାହିଁ ବୋଲି ସରକାର କହିଛନ୍ତି। କିନ୍ତୁ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନ୍ୟ ଦେଶ ତୁଳନାରେ ଏଠାରେ ସଂକ୍ରମଣ ହାର କମ୍‌ ରହିଥିଲେ ହେଁ ଗତ ଶୁକ୍ରବାର ଗୋଟିଏ ଦିନରେ ବର୍ତ୍ତମାନ ସୁଦ୍ଧା ସବୁଠୁ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବି ୨୪ ଘଣ୍ଟା ଭିତରେ ସର୍ବାଧିକ ରହିଛି।

ଶୁକ୍ରବାର ଗୋଟିଏ ଦିନରେ ଦେଶରେ ୮୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୩୭ ଜଣ ପ୍ରାଣ ହରାଇଛନ୍ତି। ଦେଶରେ ବର୍ତ୍ତମାନ ସୁଦ୍ଧା ୭୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୯ ଜଣ ପ୍ରାଣ ହରାଇଥିବାବେଳେ ୬୪୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି। ଏବେ ୬୫୬୫ ଜଣ ଚିକିତ୍ସାଧୀନ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୱେବସାଇଟ୍‌ରେ ଦିଆଯାଇଥିବା ତଥ୍ୟରୁ ଜଣାପଡ଼ିଛି। ତେବେ ମହାରାଷ୍ଟ୍ର ଦେଶର ସବୁଠାରୁ ଅଧିକ କରୋନା ପ୍ରଭାବିତ ରାଜ୍ୟ ହୋଇଛି। ଏଠାରେ ଏଯାଏ ୧୫୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୧୦ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories